ଶ୍ରୀକ୍ଷେତ୍ର ଐତିହ୍ୟରେ ଯୋଡି ହେଲା ନୂଆ ଫର୍ଦ୍ଦ: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

276

କନକ ବ୍ୟୁରୋ: ଲୋକାର୍ପିତ ହେଲା ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ । ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗଜପତିଙ୍କ ଉପସ୍ଥିତିରେ ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ । ଶ୍ରୀକ୍ଷେତ୍ର ଐହିହ୍ୟରେ ଯୋଡି ହେଲା ନୂଆ ଫର୍ଦ୍ଦ । ଲୋକାର୍ପଣ ପୂର୍ବରୁ ବରଣୀୟ ବ୍ରାହ୍ମଣ ମାନଙ୍କ ଦ୍ୱାରା ପଂଚ କସାୟନରେ ପରିକ୍ରମା ପ୍ରକଳ୍ପ ଫଳକ ଏବଂ ପଥକୁ ଶୋଧ କରାଯାଇଥିଲା । ଏହର ପୂର୍ବରୁ ଦିନ ୧୨ଟାରେ ବେଦପାଠ ପୂର୍ବକ ଶ୍ରୀନଅରରୁ ଗଜପତି ମହାରାଜ ଦିବ୍ୟସିଂହ ଦେବ ଯଜ୍ଞସ୍ଥଳକୁ ବିଜେ କରି ଯଜ୍ଞକୁଣ୍ଡରେ ଆହୁତି ପ୍ରଦାନ କରିଥିଲେ ।

୩ଦିନ ଧରି ଚାଲିଥିବା ମହାଯଜ୍ଞଙ୍କରେ ପୂର୍ଣ୍ଣାହୁତି ଦେଇଛନ୍ତି ଗଜପତି । ପରେ ସଭାସ୍ଥଳକୁ ଯାଇ ନିମନ୍ତ୍ରିତ ସାଧୁସନ୍ଥ ଏବଂ ଅତିଥି ମାନଙ୍କୁ ଉଭୟ ଗଜପତି ମହାରାଜ ଏବଂ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବାର କାର୍ଯ୍ୟକ୍ରମ ରହିଛି । ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ପାଇଁ ସମଗ୍ର ପୁରୀ ସହର ବଧୁବେଶରେ ସଜେଇ ହୋଇଛି । କାନ୍ଥବାଡରେ ଅଙ୍କା ଯାଇଥିବା ଚିତ୍ର ଐତିହାସିକ ଗାଥାକୁ ପୁଣିଥରେ ଉଜ୍ଜୀବିତ କରିଛି । ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବକୁ ନେଇ ପୁରୀ ବାସୀଙ୍କ ସମେତ ପୁରୀକୁ ଆସୁଥିବା ଶ୍ରଦ୍ଧାଳୁ ମଧ୍ୟରେ ବେଶ ଉତ୍ସାହ ମଧ୍ୟ ଦେଖିବାକୁ ମିଳିଛି । ପରିକ୍ରମା ପ୍ରକଳ୍ପ ଲୋକାର୍ପଣ ଅବସରରେ ଶ୍ରୀକ୍ଷେତ୍ର ପୁରୀରେ ପ୍ରବଳ ଜନ ସମାଗମକୁ ଦୃଷ୍ଟିରେ ରଖି ପୋଲିସ ପକ୍ଷରୁ ମଧ୍ୟ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।