ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ପଇତାଲାଗି ନୀତି । ଅପରାହ୍ଣ ୪ଟାରୁ ସର୍ବସାଧାରଣ ଦର୍ଶନ ବନ୍ଦ

91

କନକ ବ୍ୟୁରୋ : ଶ୍ରୀମନ୍ଦିରରେ ଆଜି ମାର୍ଗଶୀର କୃଷ୍ଣ ଦଶମୀ ତିଥିରେ ଶ୍ରୀଜିଉଙ୍କ ପଇତାଲାଗି ନୀତି ଅନୁଷ୍ଠିତ ହେବ । ଶ୍ରୀଜିଉ ନୂଆ ପଇତା ପରିଧାନ କରିବେ । ଏଥିପାଇଁ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ଅପରାହ୍ଣ ୪ଟାରୁ ଏହି ନୀତିକାନ୍ତି ଆରମ୍ଭ ହେବ । ଏହି ଉପଲକ୍ଷେ ଅପରାହ୍ଣ ୪ଟାରୁ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ମଙ୍ଗଳବାର ସକାଳୁ ପୁନର୍ବାର ସର୍ବସାଧାରଣ ଦର୍ଶନ ଆରମ୍ଭ ହେବ ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି ।