ସମ୍ବଲପୁରରେ କାୟା ବିସ୍ତାର କରୁଛି ଜଣ୍ଡିସ୍ । ୮୦ରୁ ଅଧିକ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ।

140

କନକ ବ୍ୟୁରୋ: ସମ୍ବଲପୁର ମହାନଗରରେ ବଢୁଛି ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା । ଏବେ ସୁଦ୍ଧା ୮୨ ଆକାନ୍ତ ହେଲେଣି ଚିହ୍ନଟ । ଗୁପଚୁପ, ଦହିବରା ଓ ଚୁସକିି ଖାଇବା ଯୋଗୁଁ ଜଣ୍ଡିସ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ଜିଲ୍ଲା ପ୍ରଶାସନ ପକ୍ଷରୁ କୁହାଯାଇଛି । ୧୦ ବର୍ଷ ପୂର୍ବେ ମଧ୍ୟ ଜଣ୍ଡିସ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହି ସମୟରେ ପିଏଚଡି ପାଣି ସନ୍ଦେହ ଘେରକୁ ଆସିଥିଲା । ଏବେ ମଧ୍ୟ ପିଏଚଡି ପାଣିକୁ ନେଇ ଆଶଙ୍କା ପ୍ରକାଶ କରାଯାଉଛି । ଏବେ ସ୍ୱାସ୍ଥ୍ୟ ଅଧିକାରୀ ବିଭିନ୍ନ ଅଞ୍ଚଳରୁ ନମୂନା ସଂଗ୍ରହ କରାଯାଉଛି । ପ୍ରଶାସନ ପକ୍ଷରୁ ସଚେତନତା କରାଯାଉଛି ।