କନକ ବ୍ୟୁରୋ : ଧାନ ବିଲରେ ସାର ସିଞ୍ଚନ ଆରମ୍ଭ ହୋଇଛି , ଫସଲ ହେବ ୨୦୨୪ରେ ଫସଲ କାଟିବୁ । ଜୋରଦାର ଲଢେଇ ହେବ, ୨୦୨୪ରେ ନବୀନଙ୍କୁ ଶାସନରୁ ହଟାଇବୁ । ଗୃହମନ୍ତ୍ରୀ ଅମିତ ଶାହା ଓ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କୁ ଦିଲ୍ଲୀରେ ଭେଟିବା ପରେ ଓଡ଼ିଶା ଫେରି କିଛି ଏମିତି କହିଛନ୍ତି ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ଆଉ ଜୟନାରାୟଣଙ୍କ ଏହି ବୟାନ ଏବେ ଓଡ଼ିଶା ରାଜନୀତିକୁ ଉଷ୍ମ କରିଛି ।
ବିଜେପିର ଫାୟାର ବ୍ରିଗେଡ ନେତା ଭାବେ ଜଣାଶୁଣା ଜୟନାରାୟଣ ୨୦୨୪ରେ ଓଡ଼ିଶାରେ ପଦ୍ମ ଫୁଟିବ ବୋଲି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି । ଆଉ ଏଭଳି ଦମ୍ଭୋକ୍ତି ପଛରେ ରହିଛି ବିଜେପିର ଚାଣକ୍ୟ କୁହାଯାଉଥିବା ଅମିତ ଶାହା ଓ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି ନଡ୍ଡାଙ୍କ ସହ ଜୟନାରାୟଣଙ୍କ ଭେଟଘାଟ । ଦୀର୍ଘ ୧ ଘଣ୍ଟାର ଆଲୋଚନାରେ ଓଡ଼ିଶା ବିଜେପିର ସ୍ଥିତି ବାବଦରେ ଅବଗତ କରିଛନ୍ତି ଜୟନାରାୟଣ । ଆଉ ଏହି ସ୍ଥିତିରେ ସୁଧାର ଆଣି କିଭଳି ସରକାର ଗଢାଯିବ ସେନେଇ ଦଳର ଶୀର୍ଷ ନେତୃତ୍ୱଙ୍କ ଠାରୁ ମିଳିଛି ସହଯୋଗର ପ୍ରତିଶ୍ରୁତି ।
Follow Us