ମହାକାଶକୁ ଯାତ୍ରା କରିବେ ଆମାଜନର ପ୍ରତିଷ୍ଠାତା ଜେଫ୍ ବେଜୋସ । ଜୁଲାଇ ୨୦ରେ ନିଜ ଭାଇଙ୍କ ସହ ମହାକାଶ ଯାତ୍ରା ନେଇ ଦେଲେ ସୂଚନା ।

211

କନକ ବ୍ୟୁରୋ: ମହାକାଶକୁ ଯିବେ ଆମାଜନର ପ୍ରତିଷ୍ଠାତା ଜେଫ୍ ବେଜୋସ । ଆସନ୍ତା ଜୁଲାଇ ୨୦ ତାରିଖରେ ସେ ମହାକାଶ ଯାତ୍ରା କରିବେ ବୋଲି ସୂଚନା ଦେଇଛନ୍ତି । ତେବେ ଯଦି ଜେଫ୍ ବେଜୋସ ମହାକାଶକୁ ଯାତ୍ରା କରନ୍ତି, ତେବେ ସେ ପ୍ରଥମ ଅରବପତି ଭାବେ ମହାକାଶ ଯାତ୍ରା କରିବେ ।

ଜେଫ୍ ବେଜୋସ ଆମାଜନର ପ୍ରତିଷ୍ଠାତା ଭାବେ ବେଶ ଜଣାଶୁଣା । ଏଥିସହ ସେ ବିଶ୍ୱର ଧନୀବ୍ୟକ୍ତିଙ୍କ ତାଲିକାରେ ମଧ୍ୟ ରହିଥାନ୍ତି । ତେଣୁ ତାଙ୍କର ଏହି ମହାକାଶ ଯାତ୍ରାକୁ ନେଇ ଏବେ ଚର୍ଚ୍ଚା ଆରମ୍ଭ ହୋଇଛି । ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ସେ ତାଙ୍କର ବହୁ ଦିନର ସ୍ୱପ୍ନ ପୂରଣ କରିବାକୁ ଯାଉଛନ୍ତି ବୋଲି ସେ କହିଛନ୍ତି । ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସେ ପୋଷ୍ଟ କରି ଲେଖିଛନ୍ତି, ଯେତେବେଳେ ତାଙ୍କୁ ମାତ୍ର ୫ ବର୍ଷ ହୋଇଥିଲା ସେ ମହାକାଶକୁ ଯିବାକୁ ସ୍ୱପ୍ନ ଦେଖିଥିଲେ । ଆସନ୍ତା ଜୁଲାଇ ୨୦ ତାରିଖରେ ସେ ତାଙ୍କ ଭାଇଙ୍କ ସହିତ ମହାକାଶ ଯାତ୍ରା କରିବାକୁ ଯାଉଛନ୍ତି ବୋଲି ସେ ଲେଖିଛନ୍ତି ।

 

View this post on Instagram

 

A post shared by Jeff Bezos (@jeffbezos)