ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲା : ଭୁବନେଶ୍ୱରରୁ ଅଭିଯୁକ୍ତ ଶେଖର ସ୍ୱାଇଁ ଗିରଫ କଲା ଯାଜପୁର ପୋଲିସ; ପୂର୍ବରୁ ୨ଜଣ ଅଭିଯୁକ୍ତ ହୋଇଥିଲେ ଗିରଫ

433

କନକ ବ୍ୟୁରୋ : ବହୁ ଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ମାମଲାରେ ଆଉ ଜଣେ ଗିରଫ । ଅଭିଯୁକ୍ତ ଶେଖର ସ୍ୱାଇଁକୁ ଭୁବନେଶ୍ୱରରୁ ଗିରଫ କରିଛି ଯାଜପୁର ପୋଲିସ । ଏହା ପୂର୍ବରୁ ୨ ଅଭିଯୁକ୍ତ ଗିରଫ ହୋଇଥିଲେ । ଜାନୁଆରୀ ୨୬ ତାରିଖ ରାତିରେ ଭୁବନେଶ୍ୱରର ଏକ ଗେଷ୍ଟହାଉସର ଝରାଫୁଲଙ୍କର ମୃତ୍ୟୁ ହୋଇଥିଲା । ତାପରଦିନ ସକାଳୁ ଝରାଫୁଲଙ୍କ ମୃତଦେହକୁ ଏକ ସ୍କୁଟିରେ ପ୍ରେମିକ ରାକେଶ ଓ ଶେଖର ଯାଜପୁର କୁଆଖିଆ ପର୍ଯ୍ୟନ୍ତ ନେଇଥିଲେ ।

ସେଠାରେ ଏକ ନିଛାଟିଆ ସ୍ଥାନ ଦେଖି ମୃତଦେହକୁ ଫୋପାଡି ଦେଇ ଚାଲି ଆସିଥିଲେ । ଏନେଇ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହେବା ପରେ ସିସିଟିଭି ଫୁଟେଜକୁ ଆଧାର କରି ରାକେଶକୁ ଜେରା କରିଥିଲା ପୋଲିସ । ପରେ ତାକୁ ଓ ଅନ୍ୟ ଜଣଙ୍କୁ ଗିରଫ କରିଥିଲା ପୋଲିସ । ହେଲେ ଶେଖର ସେବେଠାରୁ ଫେରାର ରହିଥିଲା ।