ରାକେଶ ଓ ଝରାଫୁଲଙ୍କ ବାପାଙ୍କୁ ମୁହାଁମୁହିଁ ବସାଇ ଜେରା କରୁଛି ପୁଲିସ : ରାକେଶଙ୍କ ସହ ରମାଦେବୀ ଛାତ୍ରୀଙ୍କ ପ୍ରେମସଂପର୍କ ବାବଦରେ ଜେରା

ଆବଶ୍ୟକ ପଡ଼ିଲେ ଭୁବନେଶ୍ୱର ସାଇ ବିହାର ଗେଷ୍ଟ ହାଉସ ଆଣି ହୋଇପାରେ ସିନ୍ ରି-କ୍ରିଏସନ୍

1,526

କନକ ବ୍ୟୁରୋ : ଫିଟିବ ବହୁଚର୍ଚ୍ଚିତ ରମାଦେବୀ ଛାତ୍ରୀ ଝରାଫୁଲ ମୃତ୍ୟୁ ରହସ୍ୟ । ମୁଖ୍ୟ ଅଭିଯୁକ୍ତ ରାକେଶ ସ୍ୱାଇଁ ଓ ଝରାଫୁଲଙ୍କ ବାପାଙ୍କୁ ମୁହାଁମୁହିଁ ବସାଇ ଜେରା କରୁଛି ପୁଲିସ । ରାକେଶଙ୍କ ସହ ରମାଦେବୀ ଛାତ୍ରୀଙ୍କ ପ୍ରେମସଂପର୍କ ବାବଦରେ ଜେରା ଚାଲିଛି । ସେଦିନ ଝରାଫୁଲ ସାଥିରେ କ’ଣ ଘଟିଥିଲା ଏନେଇ ରାକେଶକୁ ଜେରା କରୁଛନ୍ତି ଏସଡିପିଓ । ଜିଲ୍ଲା ଦୌରାଜଜଙ୍କ କୋର୍ଟ ଅଭିଯୁକ୍ତ ରାକେଶକୁ ୩ ଦିନିଆ ରିମାଣ୍ଡରେ ନେବାକୁ ଅନୁମତି ଦେଇଛନ୍ତି ।

ରିମାଣ୍ଡ ପାଇବା ପରେ ରାକେଶକୁ ଆଣିବା ପାଇଁ ସକାଳୁ ଯାଜପୁର ସବଜେଲରେ ପହଂଚିଥିଲା କୁଆଖିଆ ପୋଲିସ । ସକାଳ ସାଢ଼େ ୭ଟାରେ ରାକେଶକୁ କଡ଼ା ସୁରକ୍ଷା ଭିତରେ ଅଣାଯାଇଥିଲା । ପ୍ରଥମେ ରାକେଶର ଯାଜପୁର ମେଡ଼ିକାଲରେ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଥିଲା । ଏହା ପରେ ମାମଲାର ତଦନ୍ତ ଅଧିକାରୀ ଯାଜପୁର ରୋଡ଼ ଏସଡିପିଓ ରାକେଶକୁ ଜେରା କରୁଛନ୍ତି । ଝରାଫୁଲଙ୍କ ମୃତ୍ୟୁ କେମିତି ହେଲା ସେ ନେଇ ଜେରା କରିବ । ଆବଶ୍ୟକ ପଡିଲେ ରାକେଶକୁ ଭୁବନେଶ୍ୱର ଆଣି ଶିବସାହୁ ଗେଷ୍ଟ ହାଉସରେ ସିନ୍ ରି-କ୍ରିଏସନ କରିପାରେ ପୋଲିସ ।