ଲଖନପୁର ଡଙ୍ଗାବୁଡି ଘଟଣାକୁ ନେଇ ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ । ମୃତକଙ୍କ ଆତ୍ମୀୟଙ୍କୁ ମିଳିବ ୪ ଲକ୍ଷ ଟଙ୍କା ଲେଖାଏଁ ସହାୟତା ରାଶି

103

କନକ ବ୍ୟୁରୋ : ଝାରସୁଗୁଡା ଜିଲ୍ଲା ଲଖନପୁର ର ଶରଧାରେ ମହାନଦୀରେ ଏକ ନୌକା ଦୁର୍ଘଟଣରେ ୨ ଜଣ ବ୍ୟକ୍ତି ପ୍ରାଣ ହରାଇବା ଖବର ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ବ୍ୟକ୍ତିମାନଙ୍କ ନିକଟତମ ଆତ୍ମୀୟଙ୍କ ନିମନ୍ତେ ୪ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ।
ଏହାସହିତ ଉଦ୍ଧାର କରାଯାଇଥିବା ସମସ୍ତ ବ୍ୟକ୍ତିଙ୍କୁ ଉପଯୁକ୍ତ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ଏବଂ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି    ।

ଘଟଣା ସ୍ଥଳରେ ଆରଡିସି ଝାରସୁଗୁଡା ଜିଲ୍ଲା ପାଳ ଓ ଏସପି ଉପସ୍ଥିତ ରହି ଉଦ୍ଧାର କାର୍ଯ୍ୟ ତଦାରଖ କରୁଛନ୍ତି. ଉଦ୍ଧାର କାର୍ଯ୍ୟରେ ସମନ୍ୱୟ ପାଇଁ ମୁଖ୍ୟମନ୍ତ୍ରୀ ମୁଖ୍ୟ ଶାସନ ସଚିବ ଓ ଏସଆରସିଙ୍କୁ ନିର୍ଦେଶ ଦେଇଛନ୍ତି । ନିଖୋଜ ୪ଜଣଙ୍କୁ ଉଦ୍ଧାର କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ୫ଜଣ ସ୍କ୍ୟୁବା ଡ୍ରାଇଭର ଓ ୨ଟି ସର୍ଚ୍ଚ କ୍ୟାମେରା ବିମାନ ଯୋଗେ ଝାରସୁଗୁଡା ପଠାଯାଇଛି ।

ସୂଚନାଯୋଗ୍ୟ ଯେ ନୌକା ରେ ଥିବା ସମସ୍ତ ଯାତ୍ରୀ ଛତିଶଗଡ ଖରସେନି ଅଂଚଳର ଏବଂ ବୁଲିବା ପାଇଁ ଅମ୍ବାଭୋନା ବ୍ଲକର ପଥର ସେନି କୁ ଯାଉଥିଲେ. ।