ପୁଣି ଅଡୁଆରେ ସାଂସଦ ଅନୁଭବ ମହାନ୍ତି । ଅନୁଭବଙ୍କ ଡିସଚାର୍ଜ ପିଟିସନ୍ ଖାରଜ । ଘରୋଇ ହିଂସା ମାମଲାରେ ଚାର୍ଜ ଫ୍ରେମ୍ ପାଇଁ ଜେଏମଏଫସି କୋର୍ଟଙ୍କ ନିର୍ଦ୍ଦେଶ ।

657

କନକ ବ୍ୟୁରୋ: ବଢିଲା ସାଂସଦ ଅନୁଭବ ମହାନ୍ତିଙ୍କ ଅଡୁଆ । ଅନୁଭବଙ୍କ ବିରୋଧରେ ଚାର୍ଜଫ୍ରେମ ଦାଖଲ ପାଇଁ ନିର୍ଦ୍ଦେଶ ଦେଲେ କୋର୍ଟ । ଅନୁଭବଙ୍କ ପତ୍ନି ବର୍ଷା ପ୍ରିୟଦର୍ଶନୀଙ୍କ ପକ୍ଷରୁ କରାଯାଇଥିବା ଘରୋଇ ହିଂସା ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି କଟକ ଜେଏମଏଫସି ସ୍ୱତନ୍ତ୍ର କୋର୍ଟ । ଅନୁଭବଙ୍କ ବିରୋଧରେ କଟକ ପୁରୀଘାଟ ଥାନରେ ବର୍ଷା ଅଭିଯୋଗ କରିଥିଲେ । ଏହି ମାମଲା ଏବେ କୋର୍ଟରେ ବିଚାରଧୀନ ଅଛି । ଏହି ମାମଲାରେ ଅନୁଭବଙ୍କ ଡିସଚାର୍ଜ ଆବଦେନର ଗତକାଲି ଶୁଣାଣି ହୋଇଥିଲା । ମାମଲାର ଶୁଣାଣି କରି ଏଭଳି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ ।