କନକ ବ୍ୟୁରୋ: ଭୁବନେଶ୍ୱରରେ ପହଞ୍ଚିଲେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ତଥା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡା । ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ପାଛୋଟି ନେଇଥିଲେ ଦଳୀୟ ନେତା, ମନ୍ତ୍ରୀ ।

Advertisment

ଆଜିଠାରୁ ଦୁଇ ଦିନ ଧରି ପୁରୀରେ ଅନୁଷ୍ଠିତ ବିଜେପିର ଦଳୀୟ କାର୍ଯ୍ୟକାରିଣୀ ବୈଠକରେ ଯୋଗ ଦେବେ ନଡ୍ଡା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦୁଇ ଉପମୁଖ୍ୟନ୍ତ୍ରୀ, ପୂର୍ବତନ କେନ୍ଦ୍ର ମନ୍ତ୍ରୀ ବିଶେଶ୍ୱର ଟୁଡୁ, କନ୍ଧମାଳ ସାଂସଦ ସୁକାନ୍ତ ପାଣିଗ୍ରାହୀ, ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ସମେତ ଦଳର ବହୁ ବରିଷ୍ଠ ନେତା ପୁଷ୍ପ ଗୁଚ୍ଛ ଦେଇ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ସ୍ୱାଗତ କରିଛନ୍ତି ।

ଆଜି ସକାଳ ୧୦ଟା ୩୦ରେ ବୈଠକ ହେବ। ଅପରାହ୍ନ ୨.୩୦ରେ କାର୍ଯ୍ୟକାରିଣୀ ବୈଠକକୁ ଉଦଘାଟନ କରିବେ ଜେ.ପି. ନଡ୍ଡା । ଏହା ୨୦ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ଚାଲିବ। ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସମେତ ସବୁ ମନ୍ତ୍ରୀ, ସାଂସଦ, ବିଧାୟକ, କେନ୍ଦ୍ର ମନ୍ତ୍ରୀ ପ୍ରମୁଖ ଉପସ୍ଥିତ ରହିବେ। ବୈଠକରେ ରାଜନୈତିକ ପରିସ୍ଥିତି, ସାମ୍ପ୍ରତିକ ସରକାରର ଜନ କଲ୍ୟାଣ କାର୍ଯ୍ୟକ୍ରମ ବିଷୟରେ ଚର୍ଚ୍ଚା ହେବା ସହ ଆଗାମୀ ରଣନୀତି ପ୍ରସ୍ତୁତ କରାଯିବା ନେଇ ସୂଚନା ରହିଛି ।