ଓଡିଶାରେ ଇଭି କାରଖାନା କରିବ ଜେଏସଡବ୍ଲୁ । ସ୍ୱାକ୍ଷର ହେଲା ବୁଝାମଣାପତ୍ର, ୪୦ ହଜାର କୋଟିର ହେବ ପୁଞ୍ଜି ନିବେଶ। ସୃଷ୍ଟି ହେବ ୧୧ ହଜାର ରୋଜଗାର ସୁଯୋଗ ।

ଓଡିଶାରେ ଇଭି କାରଖାନା କରିବ ଜେଏସଡବ୍ଲୁ । ସ୍ୱାକ୍ଷର ହେଲା ବୁଝାମଣାପତ୍ର, ୪୦ ହଜାର କୋଟିର ହେବ ପୁଞ୍ଜି ନିବେଶ। ସୃଷ୍ଟି ହେବ ୧୧ ହଜାର ରୋଜଗାର ସୁଯୋଗ ।

କନକ ବ୍ୟୁରୋ : ଓଡ଼ିଶାରେ ବିଦ୍ୟୁତ୍ ଚାଳିତ ଗାଡି ଓ ବ୍ୟାଟେରୀ ନିର୍ମାଣ କାରଖାନା କରିବ ଜେଏସଡବ୍ଲ୍ୟୁ । ଏଥିପାଇଁ ଓଡ଼ିଶା ସରକାର ଏବଂ ଜେଏସଡବ୍ଲ୍ୟୁ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି । ମୁଖ୍ୟମନ୍ତ୍ରୀ, ଶିଳ୍ପ ମନ୍ତ୍ରୀ ଓ ମୁଖ୍ୟ ଶାସନ ସଚିବଙ୍କ ଉପସ୍ଥିତିରେ ବୁଝାମଣାପତ୍ର ସ୍ୱାକ୍ଷର ହୋଇଛି ।

ଓଡ଼ିଶାରେ ପ୍ରଥମ ବିଦ୍ୟୁତ ଚାଳିତ ଗାଡି ଓ ବ୍ୟାଟେରୀ ନିର୍ମାଣ କାରଖାନା କରାଯିବ । ଏଥିପାଇଁ ୪୦ ହଜାର କୋଟି ଟଙ୍କାର ପୁଞ୍ଜି ନିବେଶ ହେବ । ଇଭି କାରଖାନା ହେଲେ ୧୧ ହଜାର ଯୁବପିଢିଙ୍କ ପାଇଁ ରୋଜଗାର ସୁଯୋଗ ସୃଷ୍ଟି ହୋଇପାରିବ । ଆନୁସଙ୍ଗିକ ଶିଳ୍ପ ଉଦ୍ୟୋଗ ମାନଙ୍କ ପାଇଁ ମଧ୍ୟ ସୁଯୋଗ ସୃଷ୍ଟି ହେବ । ମୁଖ୍ୟମନ୍ତ୍ରୀ କହିଛନ୍ତି, ଶିଳ୍ପାୟନ ଦ୍ୱାରା ରାଜ୍ୟର ଯୁବବର୍ଗଙ୍କୁ କର୍ମ ନିଯୁକ୍ତି ଯୋଗାଇ ଦେବାକୁ ଲକ୍ଷ୍ୟ ରଖାଯାଇଛି । ଏହି ସବୁ ନୂତନ ଶିଳ୍ପ ହେବା ଦ୍ୱାରା ରାଜ୍ୟବାସୀ ଉପକୃତ ହେବେ ଏବଂ ରାଜ୍ୟ ବିଶ୍ୱ ମାନଚିତ୍ରରେ ଏକ ଶିଳ୍ପ ଶକ୍ତି ଭାବେ ଗଢି ଉଠିବ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe