ଓଡିଶାରେ ଏସଆଇଟି ଅଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ । ଅପରାହ୍ଣରେ ରତ୍ନଭଣ୍ଡାର କମିଟି ସହ କରିବେ ବୈଠକ ।

53

କନକ ବ୍ୟୁରୋ: ଓଡିଶାରେ ଜଷ୍ଟିସ ଅରିଜିତ ପଶାୟତ । କଳାଧନ ବିଷୟରେ ଗଠିତ ଏସଆଇଟି ଉପାଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତ ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି । ଆଜି ସେ ରତ୍ନଭଣ୍ଡାରରେ ଗଚ୍ଛିତ ଅଳଙ୍କାର ଗଣତି ପାଇଁ ଗଠିତ ସ୍ୱତନ୍ତ୍ର କମିଟି ସହ ବୈଠକ କରିବେ । ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଅରିଜିତ ପଶାୟତଙ୍କ ନେତୃତ୍ୱରେ ଏକ ୧୨ ଜଣିଆ କମିଟି ଗଠନ କରାଯାଇଛି । କମିଟି ଗଠନ ପରେ ଜଷ୍ଟିସ ଅରିଜିତ ପଶାୟତ ଆଜି ସକାଳେ ପୁରୀ ଗସ୍ତରେ ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ । ଏହି ଅବସରରେ ସେ ରତ୍ନଭଣ୍ଡାର କମିଟି ସହ ରତ୍ନଭଣ୍ଡାର ଅନୁଧ୍ୟାନ ସଂପର୍କରେ ଆଲୋଚନା କରିବେ ବୋଲି ଜଣାପଡିଛି । ଏଥିପାଇଁ ପ୍ରଶାସନିକ ସ୍ତରରେ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସେହିପରି ଆସନ୍ତା ୧୧ ତାରିଖରେ କଳାଧନ ସଂପର୍କିତ ବୈଠକରେ ସମୀକ୍ଷା କରିବେ । ୨୦୨୪ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଏହି ବୈଠକକୁ ଅଧିକ ଗୁରୁତ୍ୱ ଦିଆଯାଉଛି । ଭାରତୀୟ ନିର୍ବାଚନ କମିସନଙ୍କ ପକ୍ଷରୁ ଏହି ବୈଠକରେ ୨୪ ନିର୍ବାଚନରେ କଳାଟଙ୍କା ରୋକିବା ପାଇଁ କଣ ସବୁ ପଦକ୍ଷେପ ନିଆଯିବ ସେ ଉପରେ ଆଲୋଚନା ହେବ ।