କନକ ବ୍ୟୁରୋ : ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ । ପଦ ଓ ଗୋପନୀୟତାର ଶପଥପାଠ କରାଇଛନ୍ତି ରାଜ୍ୟପାଳ ରଘୁବର ଦାସ । ଦିନ ୧୦ଟା ସମୟରେ ମୁଖ୍ୟ ବିଚାରପତି ଭାବେ ଶପଥ ନେଇଛନ୍ତି ଚକ୍ରଧାରୀ ଶରଣ ସିଂ । ଏହି ଶପଥଗ୍ରହଣ ଉତ୍ସବରେ ମୁଖ୍ୟ ଶାସନ ସଚିବଙ୍କ ସମେତ ପୋଲିସ ଡିଜି ଓ ବହୁ ବରିଷ୍ଠ ଅଧିକାରୀ ଯୋଗ ଦେଇଥିଲେ ।
ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ପୂର୍ବରୁ ପାଟନା ହାଇକୋର୍ଟରେ ବିଚାରପତି ଭାବେ କାର୍ୟ୍ୟ କରୁଥିଲେ । ଏବେ ଜଷ୍ଟିସ ବିଦ୍ୟୁତ୍ ରଞ୍ଜନ ଷଡଙ୍ଗୀ ଓଡ଼ିଶା ହାଇକୋର୍ଟର କାର୍ୟ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ବରେ ରହିଥିଲେ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/02/11-4.jpg)