୨୪ ଘଣ୍ଟା ମଧ୍ୟରେ କାଳବୈଶାଖୀ ସମ୍ଭାବନା ! ଉପକୂଳ ଓଡିଶା ସମେତ ୮ଟି ଜିଲ୍ଲାରେ ହେବ ବର୍ଷା, ସୁଚନା ଜାରି କଲା ପାଣିପାଗ ବିଭାଗ ।

ଆସୁଛି ଆଉ ଏକ ଲଘୁଚାପ : ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷିବ

source : India TV

ଆଗାମୀ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର, ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢ଼େଙ୍କାନାଳ, ଯାଜପୁର, ରାୟଗଡ଼ା, ଗଜପତି ଓ କନ୍ଧମାଳ ଆଦି ରାଜ୍ୟର ୮ଟି ଜିଲ୍ଲା ସମେତ ଉପକୂଳ ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ କୁଆପଥରମାଡ ସହ ଝଡ଼ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ତରଫରୁ ଶୁକ୍ରବାର ଅପରାହ୍ଣରେ ଏକ ସତର୍କ ସୂଚନା ଜାରି କରାଯାଇଛି। ଏହି ସମୟ ମଧ୍ୟରେ ଏହି ସମସ୍ତ ଜିଲ୍ଲାର କେତେକ ସ୍ଥାନରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିବା ସହ ବଜ୍ରପାତ ହୋଇପାରେ ବୋଲି ମଧ୍ୟ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।publive-imageପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ ଏହିସବୁ ଜିଲ୍ଲାରେ କୁଆପଥର ମାଡ଼, ଝଡ଼ତୋଫାନ ଓ ଘଡ଼ଘଡ଼ି ସହିତ ବର୍ଷା ହେବାର ଆଶଙ୍କା ରହିଛି। ଏଣୁ ଏହି ସମୟରେ ବାହାରକୁ ନଯିବା ପାଇଁ ପାଣିପାଗ କାର୍ୟାଳୟ ପକ୍ଷରୁ ସତର୍କ କରାଇ ଦିଆଯାଇଛି। ଆଜି ଭୁବନେଶ୍ୱର ସମେତ ଓଡ଼ିଶାରେ ବିଭିନ୍ନ ଜିଲ୍ଲାରେ ପୂର୍ବାହ୍ନରୁ ଟାଣ ଖରା ଓ ଗରମ ଅନୁଭୂତ ହେଉଛି। ତେବେ ଆଗାମୀ ୨୪ ଘଣ୍ଟା ମଧ୍ୟରେ ବର୍ଷା ହେଲେ ଗରମରୁ ସାମନ୍ୟ ତ୍ରାହି ମିଳି ପାରିବ ବୋଲି ଆଶା କରାଯାଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Subscribe