କନକ ବ୍ୟୁରୋ : ପୁଣି କାଳବୈଶାଖୀ ବର୍ଷା ଫେରିବ ବୋଲି ରବିବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡା, ସୁନ୍ଦରଗଡ଼, ସମ୍ବଲପୁର, କେନ୍ଦୁଝର, ବରଗଡ଼, ଦେଓଗଡ଼, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ ଓ ଅନୁଗୁଳ ଆଦି ସ୍ଥାନରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଡବର୍ଷା ହେବାର ସମ୍ଭାବନା ରହିଛି । ବର୍ତ୍ତମାନ ସୁଦ୍ଧା ଓଡ଼ିଶାର ମାଲକାନଗିରିରେ ସର୍ବାଧିକ ୩୬.୬ଡିଗ୍ରି ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଥିବା ବେଳେ ସୁନ୍ଦରଗଡ଼ରେ ସର୍ବନିମ୍ନ ୧୪.୦ ଡିଗ୍ରି ସେଲସିୟସ୍ ତାପମାତ୍ରା ରେକର୍ଡ କରାଯାଇଛି।
ତେବେ ଆସନ୍ତା ୪ ଓ ୫ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶା ସମେତ ଉପକୂଳ ଓ କେନ୍ଦ୍ରୀୟ ଓଡ଼ିଶାରେ କାଳବେଶାଖୀ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପ୍ରକାଶ। କେତେକ ସ୍ଥାନରେ ବଜ୍ରପାତର ବି ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ଆସନ୍ତା ୪ ଓ ୫ ତାରିଖରେ ଅନୁଗୁଳ, ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର, ସୋନପୁର, ବରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ନୟାଗଡ଼ ଓ ଗଞ୍ଜାମ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ କାଳବେଶାଖୀ ବର୍ଷା ହେବାର ଆଶଙ୍କା ରହିଛି।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2019/03/images-2-4-750x430.jpg)