କନକ ବ୍ୟୁରୋ : ଆମେରିକାର ଉପରାଷ୍ଟ୍ରପତି ଭାବେ ଶପଥ ନେଲେ କମଲା ହାରିସ । ୪୯ତମ ଉପରାଷ୍ଟ୍ରପତି ଭାବେ ନେଲେ ଶପଥ । ଭାରତୀୟ ବଂଶୋଦ୍ଭବ ହେଉଛନ୍ତି କମଲା ହାରିସ । କମଲା ହାରିସ ହେଲେ ଆମେରିକାର ପ୍ରଥମ ମହିଳା ଉପ ରାଷ୍ଟ୍ରପତି । ଆଉ କିଛି ସମୟ ପରେ ଶପଥ ନେବେ ଜୋ ବାଇଡେନ ।
ଏନେଇ ସଜେଇ ହୋଇଛି କ୍ୟାପିଟାଲ । ଏହାସହ ୱାସିଂଟନ ଡିସିରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି । ମହାମାରୀ ପରିସ୍ଥିତିକୁ ଦୃଷ୍ଟିରେ ରଖି ବାଇଡେନ ଏବଂ କମଳା ହାରିସ୍ ଶପଥ ଗ୍ରହଣ କରୁଛନ୍ତି । ଏହି ସମୟରେ ଆମେରିକାର ଉଦଘାଟନୀ ପରମ୍ପରାକୁ ସମ୍ମାନ ଦେବା ସହ ଲୋକମାନଙ୍କୁ ସୁରକ୍ଷିତ ଏବଂ ସୁସ୍ଥ ରଖିବା ପାଇଁ ବିଶେଷ ଧ୍ୟାନ ଦିଆଯାଉଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/01/19-16.jpg)