କନକ ବ୍ୟୁରୋ: ଆଗାମୀ ୫ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧୪ ତାରିଖ ପାଇଁ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଅନୁଗୁଳ, ଢେଙ୍କାନାଳ, ଦେବଗଡ଼, କଟକ, ନୟାଗଡ଼, କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ସମ୍ବଲପୁର, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ଓ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଜୁଲାଇ ୧୫ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼ । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଅନୁଗୁଳ, ଢେଙ୍କାନାଳ, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ଦେବଗଡ଼, ବଲାଙ୍ଗୀର, କନ୍ଧମାଳ, କଳାହାଣ୍ଡି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଜୁଲାଇ ୧୬ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଜୁଲାଇ ୧୭ ତାରିଖରେ ମଧ୍ୟ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ବରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ସେହିଭଳି ଜୁଲାଇ ୧୮ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଭଳି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।