କନକ ବ୍ୟୁରୋ: ଆଗାମୀ ୬ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧୩ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର । ଏହିସବୁ ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଜୁଲାଇ ୧୪ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ନୂଆପଡ଼ା, ବଲାଙ୍ଗୀର, ସୋନପୁର ଓ ବୌଦ୍ଧ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଜୁଲାଇ ୧୫ ତାରିଖ ପାଇଁ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଏପଟେ ଜୁଲାଇ ୧୬ ଓ ୧୭ ତାରିଖରେ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଗଜପତି, ଗଞ୍ଜାମ, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ ଓ ଢେଙ୍କାନାଳ ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଜୁଲାଇ ୧୮ରୁ ୨୨ ତାରିଖ ତାରିଖ ଯାଏଁ ପାଗରେ କୌଣସି ବଡ଼ ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରାଯାଇଛି ।