କନକ ବ୍ୟୁରୋ: ଆଗାମୀ ୬ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଆସନ୍ତାକାଲି ଅର୍ଥାତ୍ ୨୪ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, ପୁରୀ, ଜଗତସିଂହପୁର, ବୌଦ୍ଧ, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଖୋର୍ଦ୍ଧା, କଟକ, ନୂଆପଡ଼ା, ସୋନପୁର, ବଲାଙ୍ଗୀର, ଢେଙ୍କାନାଳ, ମାଲକାନଗିରି, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବାଲେଶ୍ବର, ଯାଜପୁର, ଭଦ୍ରକ, ବରଗଡ଼, ନୟାଗଡ଼ ଓ କେନ୍ଦ୍ରାପଡ଼ା । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଜୁନ୍ ୨୫ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ନବରଙ୍ଗପୁର, କଳାହାଣ୍ଡି, ରାୟଗଡ଼ା, ଗଜପତି, କନ୍ଧମାଳ, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ଓ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଜୁନ୍ ୨୬ ତାରିଖ ପାଇଁ ଅନେକ ଜିଲ୍ଲାକୁ ୟେଲୋ ଏବଂ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, କନ୍ଧମାଳ, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଏବଂ ମାଲକାନଗିରି ଭଳି ଜିଲ୍ଲାକୁ ୱେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ ଓ ବାଲେଶ୍ବର ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଜୁନ୍ ୨୭ ତାରିଖରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ବରଗଡ଼, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଜୁନ୍ ୨୮ ଓ ୨୯ ତାରିଖରେ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ରାୟଗଡ଼ା ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେପଟେ ୨୫ ଏବଂ ୨୬ ତାରିଖ ଓଡ଼ିଶା ଉପକୂଳ ଓ ଏହାର ଆଖପାଖରେ ୪୫ରୁ ୫୫ କି.ମି ବେଗରେ ପବନ ବହିବା ସହ ଝଡ଼ବର୍ଷାର ସମ୍ଭାବନା ରହିଛି ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବାକୁ ପରାମର୍ଶ ଦିଆଯାଇଛି ।