କନକ ବ୍ୟୁରୋ: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୧୦ ତାରିଖରେ ଗଞ୍ଜାମ, ଗଜପତି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୧୧ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା, କେନ୍ଦୁଝର, ସୁନ୍ଦରଗଡ଼, ନୂଆପଡ଼ା ଓ କଳାହାଣ୍ଡି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୧୨ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ।  ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୧୩ ତାରିଖ ପାଇଁ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନେପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କନ୍ଧମାଳ, ନବରଙ୍ଗପୁର ଓ ରାୟଗଡ଼ା ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୧୪ ତାରିଖ ପାଇଁ ମଧ୍ୟ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଏପଟେ ଅଗଷ୍ଟ ୧୫ ତାରିଖରେ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେପଟେ ଅଗଷ୍ଟ ୧୬ରେ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।