କନକ ବ୍ୟୁରୋ: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଆସନ୍ତାକାଲି ଅର୍ଥାତ୍ ସେପ୍ଟେମ୍ବର ୨୦ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ବର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ସେପ୍ଟେମ୍ବର ୨୧ ତାରିଖ ପାଇଁ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ବାଲେଶ୍ବର ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେପ୍ଟେମ୍ବର ୨୨ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବିଜୁଳି ଓ ଘଡ଼ଘଡ଼ି ସହିତ ଘଣ୍ଟାପ୍ରତି ଝଟକାପବନ ୩୦-୪୦ କିଲୋମିଟର ବେଗରେ ବହିବା ସହିତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ସେହିପରି ସେପ୍ଟେମ୍ବର ୨୩ ତାରିଖ ପାଇଁ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୁଳ, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ ଓ ରାୟଗଡ଼ା ଭଳି ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ସେପ୍ଟେମ୍ବର ୨୪ ତାରିଖ ପାଇଁ ମଧ୍ୟ କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଏପଟେ ସେପ୍ଟେମ୍ବର ୨୫ରେ କେନ୍ଦୁଝର, ମୟୂରଭଞ୍ଜ ଏବଂ ସେପ୍ଟେମ୍ବର ୨୬ରେ କେନ୍ଦୁଝର, ମୟୂରଭଞ୍ଜ ଓ ସୁନ୍ଦରଗଡ଼ ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିଭଳି ସେପ୍ଟେମ୍ବର ୨୭ରୁ ୨୯ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।