କନକ ବ୍ୟୁରୋ: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ରେଡ୍, ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଆସନ୍ତାକାଲି ଅର୍ଥାତ୍ ଅକ୍ଟୋବର ୨ରେ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଅକ୍ଟୋବର ୩ ତାରିଖରେ ଜଗତସିଂହପୁର ଓ ପୁରୀ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ୨ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୪୦-୫୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର ଓ ଢେଙ୍କାନାଳ ଭଳି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣି ଜାରି କରି ସତର୍କ କରାଯାଇଛି । ଏହି ୩ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ବରଗଡ଼, ସୋନପୁର, ବୌଦ୍ଧ, ଅନୁଗୁଳ, କେନ୍ଦୁଝର, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ଦେବଗଡ଼ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଅକ୍ଟୋବର ୪ ତାରିଖ ପାଇଁ ନବରଙ୍ଗପୁର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ୩ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୋନପୁର, ବଲାଙ୍ଗୀର, କଳାହାଣ୍ଡି, ଢେଙ୍କାନାଳ, ମାଲକାନଗିରି, ଅନୁଗୁଳ, କୋରାପୁଟ, ରାୟଗଡ଼ା, ବୌଦ୍ଧ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ବାଲେଶ୍ବର, ଭଦ୍ରକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡ଼ା, କଟକ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଅକ୍ଟୋବର ୫ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେପଟେ ଅକ୍ଟୋବର ୬ ତାରିଖ ପାଇଁ ମଧ୍ୟ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେପଟେ ଅକ୍ଟୋବର ୭ ଓ ୮ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା ଓ ଘଡ଼ଘଡ଼ି ହେବା ନେଇ ସତର୍କ ସୂଚନା ଜାରି ହୋଇଥିବାବେଳେ ୯ରୁ ୧୧ ତାରିଖ ପର୍ଯ୍ୟନ୍ତ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।