କନକ ବ୍ୟୁରୋ: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୨୧ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଗଜପତି, କୋରାପୁଟ, ନବରଙ୍ଗପୁର, ବୌଦ୍ଧ, ମୟୂରଭଞ୍ଜ, କେନ୍ଦୁଝର, ନୂଆପଡ଼ା, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୂର, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୋନପୁର ଓ ବଲାଙ୍ଗୀର । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଜୁଲାଇ ୨୨ ଓ ୨୩ ତାରିଖ ପାଇଁ ମଧ୍ୟ କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, ନୂଆପଡ଼ା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ବଲାଙ୍ଗୀର, କନ୍ଧମାଳ ଓ ରାୟଗଡ଼ା ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଜୁଲାଇ ୨୪ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ ଓ କେନ୍ଦୁଝର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ବରଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର ଓ ନବରଙ୍ଗପୁର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଜୁଲାଇ ୨୫ ତାରିଖ ପାଇଁ ମଧ୍ୟ ଅନେକ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ହେଉଛି ମୟୂରଭଞ୍ଜ, ବାଲେଶ୍ବର ଓ କେନ୍ଦୁଝର । ଏହି ୩ଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଅନୁଗୁଳ, ଢେଙ୍କାନାଳ, ନୟାଗଡ଼, ଖୋର୍ଦ୍ଧା, ଦେବଗଡ଼, ସମ୍ବଲପୁର, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼, ପୁରୀ, ଗଞ୍ଜାମ, ଗଜପତି, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଜୁଲାଇ ୨୬ ତାରିଖରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ରାଜ୍ୟର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ଆକଳନ କରାଯାଇଥିବା ବେଳେ ଜୁଲାଇ ୨୭ ତାରିଖରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋପାରେ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏପଟେ ଜୁଲାଇ ୨୭ରୁ ୩୦ ତାରିଖ ଯାଏଁ ପାଗରେ ବଡ଼ ଧରଣର ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।