କନକ ବ୍ୟୁରୋ: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧୭ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ବର,  ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁଲାଇ ୧୮ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ସେହିପରି ଜୁଲାଇ ୧୯ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଗଞ୍ଜାମ ଓ ଗଜପତି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ହାଲୁକା ବର୍ଷା ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁଲାଇ ୨୦ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଜୁଲାଇ ୨୧ ତାରିଖରେ ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏପଟେ ଜୁଲାଇ ୨୨ ଓ ୨୩ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଜୁଲାଇ ୨୩ରୁ ୨୬ ତାରିଖ ଯାଏଁ ପାଗରେ କୌଣସି ବଡ଼ ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।