କନକ ବ୍ୟୁରୋ: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।
ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧୦ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଜପତି ଓ ଗଞ୍ଜାମ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ଜୁଲାଇ ୧୧ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ଜୁଲାଇ ୧୨ ଓ ୧୩ ତାରିଖ ପାଇଁ ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ମୟୂରଭଞ୍ଜ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ହାଲୁକା ବର୍ଷା ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।
ସେହିପରି ଜୁଲାଇ ୧୪ ତାରିଖରେ ମଧ୍ୟ ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହିସବୁ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଜୁଲାଇ ୧୫ ଓ ୧୬ ତାରିଖରେ ରାଜ୍ୟର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଜୁଲାଇ ୧୭ରୁ ୧୯ ତାରିଖ ଯାଏଁ ପାଗରେ କୌଣସି ବଡ଼ ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।