କନକ ବ୍ୟୁରୋ: ଆଗାମୀ ୫ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୧୧ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୧୨ ତାରିଖ ପାଇଁ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ, ସମ୍ବଲପୁର, ଦେଓଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୧୩ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା. ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର , ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ।  ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୧୪ ତାରିଖ ପାଇଁ କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ଗଜପତି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ନବରଙ୍ଗପୁର, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୧୫ ତାରିଖ ପାଇଁ ମଧ୍ୟ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ରାୟଗଡ଼ା, ଗଜପତି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।