କନକ ବ୍ୟୁରୋ: ଆଗାମୀ ୫ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ଅଗଷ୍ଟ ୨୬ ତାରିଖରେ ଯାଜପୁର, ଢେଙ୍କାନାଳ, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ଗଜପତି, କୋରାପୁଟ, ବାଲେଶ୍ବର, ଭଦ୍ରକ, ପୁରୀ, ଖୋର୍ଦ୍ଧା, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୨୭ ତାରିଖ ପାଇଁ ଓଡ଼ିଶାର ରାୟଗଡ଼ା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା ଓ ବଲାଙ୍ଗୀର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଅଗଷ୍ଟ ୨୮ ତାରିଖ ପାଇଁ ନୟାଗଡ ଓ କନ୍ଧମାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ଖୋର୍ଦ୍ଧା, ପୁରୀ, କଟକ, ବୌଦ୍ଧ, କୋରାପୁଟ, ମାଲକାନଗିରି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଝାରସୁଗୁଡ଼ା ବରଗଡ଼, ସମ୍ବଲପୁର ଦେବଗଡ଼, ଅନୁଗୁଳ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, ଜଗତସିଂହପୁର, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ ସୋନପୁର ଜିଲ୍ଲା ଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୨୯ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ମୟୂରଭଞ୍ଜ, କେନ୍ଦୁଝର, ନୂଆପଡ଼ା, ନବରଙ୍ଗପୁର, ବଲାଙ୍ଗୀର, କଳାହାଣ୍ଡି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, କନ୍ଧମାଳ, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଅଗଷ୍ଟ ୩୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୁଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।