କନକ ବ୍ୟୁରୋ: ଆଗାମୀ ୬ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ଅତ୍ୟନ୍ତ ପ୍ରବଳ, ପ୍ରବଳରୁ ଅତି ପ୍ରବଳ ବର୍ଷା, ଘଡ଼ଘଡ଼ିର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ସେପ୍ଟ୍ବେର ୯ ତାରିଖରେ ବାଲେଶ୍ବର, ଭଦ୍ରକ, ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେପ୍ଟେମ୍ବର ୧୦ ତାରିଖ ପାଇଁ ମଧ୍ୟ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲା ଗୁଡ଼ିକ ହେଉଛି:- ବାଲେଶ୍ବର, ଭଦ୍ରକ, ଯାଜପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେପ୍ଟେମ୍ବର ୧୧ ତାରିଖରେ କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ସେପ୍ଟେମ୍ବର ୧୨ ତାରିଖ ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେପ୍ଟେମ୍ବର ୧୩ ତାରିଖ ପାଇଁ ମାଲକାନଗିରି ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବରଗଡ଼, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି ଓ କନ୍ଧମାଳ ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି । ସେହିପରି ସେପ୍ଟେମ୍ବର ୧୪ ତାରିଖ ପାଇଁ ନବରଙ୍ଗପୁର ଓ ନୂଆପଡ଼ା ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଦୁଇଟି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।