କନକ ବ୍ୟୁରୋ: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ଜୁଲାଇ ୧୮ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ବର । ଏହିସବୁ ଜିଲ୍ଲାରେ ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁଲାଇ ୧୯ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଞ୍ଜାମ, ଗଜପତି ଓ ବାଲେଶ୍ବର ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ସେହିପରି ଜୁଲାଇ ୨୦ ତାରିଖ ପାଇଁ ମଧ୍ୟ ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡ଼ା, କୋରାପୁଟ, କଳାହାଣ୍ଡି, କନ୍ଧମାଳ, ଗଜପତି, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ନବରଙ୍ଗପୁର, ମାଲକାନଗିରି ଓ ଗଞ୍ଜାମ । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁଲାଇ ୨୧ ତାରିଖ ପାଇଁ ମୟୂରଭଞ୍ଜ, କେନ୍ଦୁଝର, କୋରାପୁଟ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା,  ମାଲକାନଗିରି ଭଳି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ସେହିପରି ଜୁଲାଇ ୨୨ ତାରିଖ ପାଇଁ ମଧ୍ୟ ରାଜ୍ୟର ଅନେକ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଭଳି ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।  

ଏପଟେ ଜୁଲାଇ ୨୩ ଓ ୨୪ ତାରିଖରେ ସାରା ରାଜ୍ୟକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର  । ରାଜ୍ୟର ବିଭିନ୍ନ ଜିଲ୍ଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ପ୍ରବଳ ବର୍ଷା, ବଜ୍ରପାତ ହେବାର ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସେହିପରି ଜୁଲାଇ ୨୫ରୁ ୨୭ ତାରିଖ ତାରିଖ ଯାଏଁ ପାଗରେ କୌଣସି ବଡ଼ ପରିବର୍ତ୍ତନ ନହୋଇପାରେ ବୋଲି ଆକଳନ କରାଯାଇଛି ।