କନକ ବ୍ୟୁରୋ: ଆଗାମୀ ୭ ଦିନ ପାଇଁ ପାଣିପାଗ ସ୍ଥିତି ପୂର୍ବାନୁମାନ କରି ପ୍ରେସ୍ ରିଲିଜ୍ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ କାଳବୈଶାଖୀର ସମ୍ଭାବନା ରହିଛି । ତେଣୁ ବିଭିନ୍ନ ଜିଲ୍ଲାକୁ ଏହି ସମୟରେ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

Advertisment

ଆସନ୍ତାକାଲି ଅର୍ଥାତ୍ ୨ ତାରିଖ ପାଇଁ କିଛି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରି ସତର୍କ କରିଛି ପାଣିପାଗ କେନ୍ଦ୍ର । ଏହି ଜିଲ୍ଲା ଗୁଡ଼ିକ ହେଉଛି-: ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଜପତି ଓ ଗଞ୍ଜାମ । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁନ୍ ୩ ତାରିଖ ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ବାଲେଶ୍ବର ଓ ଭଦ୍ରକ ଭଳି ଜିଲ୍ଲା ଗୁଡ଼ିକୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ମଧ୍ୟାହ୍ନ/ସନ୍ଧ୍ୟା ସମୟରେ ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏ କିମ୍ବା ୨ଟି ସ୍ଥାନରେ ବର୍ଷା, ଘଡ଼ଘଡ଼ି ସହ ଝଟକା ପବନ ( ୩୦-୪୦) କିଲୋମିଟର ପ୍ରତି ଘଣ୍ଟା ହେବାର ସମ୍ଭାବନା ରହିଛି ।

ଜୁନ୍ ୪ ତାରିଖ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି । ଏହିସବୁ ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ଉଷ୍ମ ଏବଂ ଆର୍ଦ୍ର ଅବସ୍ଥା ସମ୍ଭାବନା ରହିଛି ।

ସେହିପରି ଜୁନ୍ ୫ ତାରିଖରେ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ପାଗ ଉଷ୍ମ ଏବଂ ଆର୍ଦ୍ର ଅବସ୍ଥା ରହିବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

ଜୁନ୍ ୬ ତାରିଖରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ଓ କଳାହାଣ୍ଡି ଜିଲ୍ଲା ଗୁଡ଼ିକର ଗୋଟିଏରୁ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା, ବଜ୍ରପାତର ସମ୍ଭାବନା ରହିଥିବାବେଳେ ଜୁନ୍ ୭ ତାରିଖରେ ରାୟଗଡ଼ା, କୋରାପୁଟ, ମାଲକାନଗିରି ଓ ନବରଙ୍ଗପୁରର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତର ସମ୍ଭାବନା ରହିଛି ବୋଲି ସତର୍କ କରାଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଅନ୍ୟପଟେ ଜୁନ୍ ୮ ତାରିଖରୁ ଜୁନ୍ ୧୧ ତାରିଖ ପର୍ଯ୍ୟନ୍ତ ପାଗରେ ସାମାନ୍ୟ ପରିବର୍ତ୍ତନ ହେବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।