ଖବର ବାଜିଲା, ବୃଦ୍ଧାଙ୍କ ମୁହଁରେ ହସ ଫୁଟିଲା । ସୁନ୍ଦରଗଡର ୬୮ ବର୍ଷୀୟ ଦିବ୍ୟାଙ୍ଗଙ୍କୁ ମିଳିଲା ଟ୍ରାଇସାଇକେଲ । ଆଧାର ସଂଯୋଗ ପାଇଁ ଗୁରୁଣ୍ଡି ଗୁରୁଣ୍ଡି ଯାଉଥିଲେ ଟେରସା ବାର୍ଲା ।
କନକ ବ୍ୟୁରୋ : ଖବର ବାଜିଲା ସହାୟତା ମିଳିଲା । ଗୁରୁଣ୍ଡି ଗୁରୁଣ୍ଡି ଆଧାର ଲିଙ୍କ କରିବାକୁ ଆସିଥିବା ବୃଦ୍ଧା ଟେରେସା ବାର୍ଲାଙ୍କୁ ମିଳିଲା ଟ୍ରାଇ-ସାଇକେଲ । ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ପରେ ପ୍ରଶାସନ ବୃଦ୍ଧାଙ୍କୁ ଟ୍ରାଇ-ସାଇକେଲ ପ୍ରଦାନ କରିଛି ।

Kanak News is now on WhatsApp
Join and get latest news updates delivered to you via WhatsApp
ପୂର୍ବରୁ ଆଧାର ସଂଯୋଗ ନଥିବାରୁ ବ୍ୟାଙ୍କରୁ ଟଙ୍କା ଉଠାଇପାରିନଥିଲେ ୬୮ ବର୍ଷୀୟ ଦିବ୍ୟାଙ୍ଗ ବୃଦ୍ଧା । ଆଧାର ସଂଯୋଗ ପାଇଁ ୩୦ କିଲୋମିଟର ଦୂର ଆଧାର ସଂଯୋଗ କେନ୍ଦ୍ରକୁ ଗୁରୁଣ୍ଡି ଗୁରୁଣ୍ଡି ଯାଇଥିଲେ । ଅଧାବାଟରୁ ବୃଦ୍ଧାଙ୍କୁ ଦେଖି ଗ୍ରାହକ ସେବା କେନ୍ଦ୍ରକୁ ନେଇଥିଲେ ସାମ୍ବାଦିକ । ଟେରସା ବାର୍ଲା ଅସୁସ୍ଥ ଥିବାରୁ ଗାଁ ପାଖ ବୈଦ୍ୟଙ୍କୁ ଦେଖାଇବାକୁ ଯାଇଥିଲେ । ଚିକିତ୍ସା ପାଇଁ ବୈଦ୍ୟ ପାଉଣା ମାଗିଥିଲେ । ଏଥିପାଇଁ ଗ୍ରାହକ ସେବା କେନ୍ଦ୍ରକୁ ଟଙ୍କା ଉଠାଇବା ପାଇଁ ଯାଇଥିଲେ । ସେଠାରେ ଆଧାର ସଂଯୋଗ ହୋଇନପାରିବାରୁ ବ୍ୟାଙ୍କକୁ ଯିବା ପାଇଁ କୁହାଯାଇଥିଲା । ତେଣୁ ସେ ୩୦ କିଲୋମିଟର ଦୂର ବ୍ୟାଙ୍କକୁ ଯିବାକୁ ବାହାରିଥିଲେ । କୁତ୍ରା ବଜାରରେ ସାମ୍ବାଦିକ ଦେଖି ତାଙ୍କୁ ନିକଟରେ ଥିବା ଗ୍ରାହକ ସେବା କେନ୍ଦ୍ରକୁ ନେଇଥିଲେ । ସେଠାରେ ଯାଂଚ ପରେ ବୃଦ୍ଧାଙ୍କ ଖାତାରେ ଆଧାର ସଂଯୋଗ ଥିବା ଜଣାପଡ଼ିଥିଲା । ଏହି ଖବର କନକ ନ୍ୟୁଜରେ ପ୍ରସାରଣ ହୋଇଥିଲା । ଯାହା ପରେ ପ୍ରଶାସନ ସହାୟତାର ହାତ ବଢ଼ାଇଛି ।