ଫୁଲବାଣୀରେ ବଢିଲା ଶୀତ : ଜନଜୀବନ ଅସ୍ତବ୍ୟସ୍ତ

98

କନକ ବ୍ୟୁରୋ : ଡିସେମ୍ବର ପ୍ରଥମ ସପ୍ତାହରେ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଡିସେମ୍ବର ୭ ରୁ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୨୯ ପର୍ଯ୍ୟନ୍ତ ଚାଲିବ । ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଶୀ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି । ଚଳିତ ବର୍ଷ ବସିବାକୁ ଥିବା ଏହି ଶେଷ ଅଧିବେଶନର ମୋଟ୍ ୨୩ ଦିନ କାର୍ଯ୍ୟଦିବସ ରହିଛି ।

ସଂସଦର ଶୀତକାଳୀନ ଅଧିବେଶନ ସାଧାରଣତଃ ନଭେମ୍ବରର ତୃତୀୟ ସପ୍ତାହରୁ ଆରମ୍ଭ ହୋଇ ପ୍ରାୟ ୨୦ ଦିନ ପର୍ଯ୍ୟନ୍ତ ଚାଲିଥାଏ । କିନ୍ତୁ ୨୦୧୭ ଏବଂ ୨୦୧୮ ମଧ୍ୟରେ ଡିସେମ୍ବର ମାସରେ ଶୀତକାଳୀନ ଅଧିବେଶନ ବସିଥିଲା । ଉଭୟ ଗୁଜରାଟ ଓ ହିମାଚଳ ପ୍ରଦେଶ ବିଧାନସଭା ଆସନର ନିର୍ବାଚନ ଫଳାଫଳ ପ୍ରକାଶ ସମୟରେ ଅଧିବେଶନ ଆରମ୍ଭ ହେବାକୁ ଯାଉଛି । ତେଣୁ ସଂସଦର ଉଭୟ ସଦନରେ ବିଜୟୀ ଏବଂ ପରାଜିତ ଦଳର ନେତାଙ୍କ ମଧ୍ୟରେ ଟିକାଟିପ୍ପଣୀ ଦେଖିବାକୁ ମିଳିବ ।