କର୍ଣ୍ଣାଟକ ଶପଥ ଗ୍ରହଣ ସମାରୋହ ପାଇଁ କଂଗ୍ରେସ ଜାରିକଲା ଅତିଥି ତାଲିକା, ଜାଣନ୍ତୁ ଏହି ତାଲିକାରେ ନବୀନ ପଟ୍ଟନାୟକଙ୍କ ସହ ରହିଛି ଅନ୍ୟ କାହାର ନାମ

Advertisment
କର୍ଣ୍ଣାଟକ ଶପଥ ଗ୍ରହଣ ସମାରୋହ ପାଇଁ କଂଗ୍ରେସ ଜାରିକଲା ଅତିଥି ତାଲିକା, ଜାଣନ୍ତୁ ଏହି ତାଲିକାରେ ନବୀନ ପଟ୍ଟନାୟକଙ୍କ ସହ ରହିଛି ଅନ୍ୟ କାହାର ନାମ

କନକ ବ୍ୟୁରୋ : କର୍ଣ୍ଣାଟକ ବିଧାନସଭା ନିର୍ବାଚନରେ କଂଗ୍ରେସର ବିପୁଳ ବିଜୟ ପରେ ଏବେ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ସିଦ୍ଦରମୈୟା ଓ ଉପ ମୁଖ୍ୟମନ୍ତ୍ରୀ ଭାବେ ଡି.କେ ଶିବକୁମାର ଶପଥ ନେବାକୁ ଯାଉଛନ୍ତି । ଏହି ଶପଥ ଗ୍ରହଣ ଉତ୍ସବକୁ କଂଗ୍ରେସ ତରଫରୁ ଅନେକ ଲୋକଙ୍କୁ ନିମନ୍ତ୍ରଣ କରାଯାଇଛି ।

ନିମନ୍ତ୍ରିତ ଅତିଥିଙ୍କ ମଧ୍ୟରେ ରହିଛନ୍ତି ଓଡିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ଯୁବନେତା ରାହୁଲ ଗାନ୍ଧୀ, କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ । ଏମାନଙ୍କ ବ୍ୟତୀତ ଏହି ତାଲିକାରେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲ, ହିମାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ସୁଖବିନ୍ଦରସିଂ ସୁଖୁ,ଝାଡଖଣ୍ଡ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ । ଅନ୍ୟମାନଙ୍କ ମଧ୍ୟରେ ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍.କେ ଷ୍ଟାର୍ଲିନ, ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେ.ଚନ୍ଦ୍ରଶେଖର ରାଓ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ।

ସେହିଭଳି ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ, ଏନସିପି ମୁଖ୍ୟ ଶରଦ ପାୱାର, ମହାରାଷ୍ଟ୍ରର ପୂର୍ବତନ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ, ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଓ ଉପ ମୁଖ୍ୟମନ୍ତ୍ରୀ ତେଜସ୍ୱୀ ଯାଦବ, ନ୍ୟାସନାଲ କନଫରେନ୍ସ ନେତା ଫାରକୁ ଅବ୍ଦୁଲ୍ଲା ।

ସୂଚନା ଥାଉକି ୧୩ ତାରିଖରେ କର୍ଣ୍ଣାଟକ ବିଧାନସଭା ଫଳଫଳ ପ୍ରକାଶ ପାଇବା ପରେ କଂଗ୍ରେସ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି । ହେଲେ ଫଳାଫଳ ପ୍ରକାଶ ପାଇବା ପରେ ଦୀର୍ଘ ୪ ଦିନ ଧରି ମୁଖ୍ୟମନ୍ତ୍ରୀ ପଦକୁ ନେଇ ଯେଭଳି ଭାବେ ବିବାଦ ଲାଗି ରହିଲା ସେଥିରୁ କଂଗ୍ରେସ ନେତୃତ୍ୱ ଉପରେ ପ୍ରଶ୍ନବାଚୀ ଠିଆ ହୋଇଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe