କନକ ବ୍ୟୁରୋ: ‘ଚନ୍ଦ୍ରଯାନ-୩ ଅଭିଯାନରେ ସାମିଲ ହୋଇ ଚର୍ଚ୍ଚାକୁ ଆସିଛନ୍ତି ଶୁଭାଶିଷ ନାୟକ। ତାଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ବ୍ଳକ ମୁକୁନ୍ଦପୁର ଗ୍ରାମରେ। ଶୁଭାଶିଷ (୨୮) ଦୋହଳିସ୍ଥିତ ବିବି ମଡେଲ୍‌ ହାଇସ୍କୁଲରୁ ୨୦୦୯ରେ ମାଟ୍ରିକ ପାସ୍‌ କରିଥିଲେ। ଜଣେ ଟେକ୍‌ନିସିଆନ୍ ହେବା ଲକ୍ଷ୍ୟରେ ପ୍ରଥମେ ୩ ବର୍ଷ ଆଇଟିଆଇ ପଢିବା ପରେ ସିଟିଟିସିରେ ତିନି ବର୍ଷ ପଢିଥିଲେ। ପରେ ଇସ୍ରୋରେ ନିଯୁକ୍ତି ପାଇବାରେ ସଫଳ ହୋଇଥିଲେ। ୨୦୧୮ ମସିହାରୁ ସେ ଇସ୍ରୋରେ କାର୍ୟ୍ୟରତ ଅଛନ୍ତି।

Advertisment

ଚନ୍ଦ୍ରପୃଷ୍ଠକୁ ଉତ୍‌କ୍ଷେପଣ ହୋଇଥିବା ଏଲ୍‌ଭିଏମ୍-୩ ଫ୍ୟାଟ୍‌ବୟ ନିର୍ମାଣରେ ନିୟୋଜିତ ଥିବା ଟେକ୍‌ନିସିଆନ୍ ଟିମ୍‌ରେ ସେ ସାମିଲ ହୋଇଥିଲେ। ଚନ୍ଦ୍ରାୟନର ସଫଳ ଉତ୍‌କ୍ଷେପଣ ଓ ଏହାର ନିର୍ମାଣ ଟିମ୍‌ରେ ଶୁଭାଶିଷଙ୍କ ଯୋଗଦାନ ରହିଥିବା ଜଣାପଡ଼ିବା ପରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ତାଙ୍କ ପରିବାରକୁ ଶୁଭେଚ୍ଛା ଜ୍ଞାପନ କରାଯାଇଛି। ଶୁଭାଶିଷଙ୍କ ବାପା ମଳୟ ନାୟକ ଜଣେ ବ୍ୟବସାୟୀ। ଚାନ୍ଦୋଳ ବଜାରରେ ତାଙ୍କର ପୂଜା ସାମଗ୍ରୀ ଦୋକାନ ରହିଛି। ମା ନିର୍ମଳା ନାୟକ ଜଣେ ଗୃହିଣୀ