କନକ ବ୍ୟୁରୋ: ଶ୍ରୀମନ୍ଦିର ପରିକ୍ରମା ଲୋକାର୍ପଣ ଉତ୍ସବ ପାଇଁ ଗାଁ ଠୁ ସହର ସବୁଠି ବୁଲିଥିଲା ଅର୍ପଣ ରଥ । ଲୋକମାନେ ଭକ୍ତିର ସହ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥିବା ଅରୁଆ ଚାଉଳ ଓ ଗୁଆ ମହାପ୍ରଭୁଙ୍କ ସେବାରେ ଲାଗିବ । ଆସିଥିବା ଏହି ଅରୁଆ ଚାଉଳ ଓ ଗୁଆ ସୁଆର ମହାସୁଆର ନିଯୋଗ ଗ୍ରହଣ କରିବ ।
ଅର୍ପଣ ରଥରେ ମହାପ୍ରଭୁଙ୍କ ପାଇଁ ସଂଗୃହୀତ ସମସ୍ତ ସାମଗ୍ରୀ ଚାଉଳ, ଗୁଆ ଓ ଶ୍ରୀଫଳ ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ବୋଲି ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର ସଭାପତି ପଦ୍ମନାଭ ମହାସୁଆରଓ ସମ୍ପାଦକ ନାରାୟଣ ମହାସୁଆର ସୂଚନା ଦେଇଛନ୍ତି । ବିଡିଆ ପାନରେ ବ୍ୟବହୃତ ହେବ ଅର୍ପଣ ଗୁଆ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t075448932z-whatsapp-image-2025-12-17-at-12423-pm-2025-12-17-13-24-48.jpeg)
/kanak/media/post_attachments/wp-content/uploads/2024/01/16-27.jpg)