ଭକ୍ତଙ୍କ ଅର୍ପଣ ଚାଉଳରେ ପ୍ରସ୍ତୁତ ହେବ ଖେଚୁଡ଼ି, ପିଠା । ବିଡିଆ ପାନରେ ବ୍ୟବହୃତ ହେବ ଗୁଆ । ସୁଆର, ମହାସୁଆର ନିଯୋଗର ସଭାପତିଙ୍କ ସୂଚନା ।

Advertisment
ଭକ୍ତଙ୍କ ଅର୍ପଣ ଚାଉଳରେ ପ୍ରସ୍ତୁତ ହେବ ଖେଚୁଡ଼ି, ପିଠା । ବିଡିଆ ପାନରେ ବ୍ୟବହୃତ ହେବ ଗୁଆ । ସୁଆର, ମହାସୁଆର ନିଯୋଗର ସଭାପତିଙ୍କ ସୂଚନା ।

କନକ ବ୍ୟୁରୋ: ଶ୍ରୀମନ୍ଦିର ପରିକ୍ରମା ଲୋକାର୍ପଣ ଉତ୍ସବ ପାଇଁ ଗାଁ ଠୁ ସହର ସବୁଠି ବୁଲିଥିଲା ଅର୍ପଣ ରଥ । ଲୋକମାନେ ଭକ୍ତିର ସହ ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅର୍ପଣ କରିଥିବା ଅରୁଆ ଚାଉଳ ଓ ଗୁଆ ମହାପ୍ରଭୁଙ୍କ ସେବାରେ ଲାଗିବ । ଆସିଥିବା ଏହି ଅରୁଆ ଚାଉଳ ଓ ଗୁଆ ସୁଆର ମହାସୁଆର ନିଯୋଗ ଗ୍ରହଣ କରିବ ।

ଅର୍ପଣ ରଥରେ ମହାପ୍ରଭୁଙ୍କ ପାଇଁ ସଂଗୃହୀତ ସମସ୍ତ ସାମଗ୍ରୀ ଚାଉଳ, ଗୁଆ ଓ ଶ୍ରୀଫଳ ମହାପ୍ରଭୁଙ୍କ କାର୍ଯ୍ୟରେ ଲାଗିବ ବୋଲି ଶ୍ରୀମନ୍ଦିର ସୁଆର ମହାସୁଆର ନିଯୋଗର ସଭାପତି ପଦ୍ମନାଭ ମହାସୁଆରଓ ସମ୍ପାଦକ ନାରାୟଣ ମହାସୁଆର ସୂଚନା ଦେଇଛନ୍ତି । ବିଡିଆ ପାନରେ ବ୍ୟବହୃତ ହେବ ଅର୍ପଣ ଗୁଆ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe