ରାଜ୍ୟରେ ୪୪୧ କରୋନା ପଜିଟିଭ୍ ଚିହ୍ନଟ : ୭୫ ଜଣ ଶିଶୁ ଓ କିଶୋର ସଂକ୍ରମିତ

75

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୨୫୩ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୮ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୫ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୫ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୬ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୩ ଜଣ, ବଲାଙ୍ଗୀରରୁ ୨ ଜଣ, ବୌଦ୍ଧରୁ ୪ ଜଣ, କଟକରୁ ୩୭ ଜଣ, ଦେବଗଡ଼ରୁ ୩ ଜଣ, ଢେଙ୍କାନାଳରୁ ୧ ଜଣ, ଗଜପତିରୁ ୬ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୫ ଜଣ, କେନ୍ଦୁଝରରୁ ୧ ଜଣ, ମୟୂରଭଞ୍ଜରୁ ୧୦ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୨ ଜଣ, ନୂଆପଡ଼ାରୁ ୩ ଜଣ, ପୁରୀରୁ ୭ ଜଣ, ରାୟଗଡ଼ାରୁ ୧୦ ଜଣ, ସମ୍ୱଲପୁରରୁ ୧୮ ଜଣ, ସୁନ୍ଦରଗଡ଼ରୁ ୧୪ ଜଣ ଓ ଷ୍ଟେଟ ପୁଲରୁ ୫୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି ରାଜ୍ୟରେ ୪ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି । ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୩୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।  ପ୍ରାପ୍ତ ସୂଚନା ଅନୁଯାୟୀ, ଅନୁଗଳ ଜିଲ୍ଲାରୁ ୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ସେହିପରି ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଓ ପୁରୀ ଜିଲ୍ଲାରୁ ଜଣେ କରୋନା ସଂକ୍ରମିତଙ୍କ ପ୍ରାଣହାନି ଘଟିଛି ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୯୬୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୫ ହଜାର ୦୨୫ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୫୮୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।