୨୪ଘଂଟାରେ ୬୯୫ ନୂଆ ଆକ୍ରାନ୍ତ ଚିହ୍ନଟ,୬ଜଣଙ୍କର ମୃତ୍ୟୁ : ଶୂନରୁ ୧୮ ବର୍ଷ ଭିତରେ ୮୩ ଜଣଙ୍କୁ କରୋନା

49

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୯୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୦୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୯୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୩ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୨୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୬ ଜଣ, ବାଲେଶ୍ୱରରୁ ୩୦ ଜଣ, ଭଦ୍ରକରୁ ୭ ଜଣ, ଭଦ୍ରକରୁ ୧୩ କଟକରୁ ୯୦ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୪ ଜଣ, ଗଜପତିରୁ ୨ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୨୫ ଜଣ, ଯାଜପୁରରୁ ୩୯ ଜଣ, ଝାରସୁଗୁଡ଼ାରୁ ୬ ଜଣ, କଳାହାଣ୍ଡିରୁ ୨ ଜଣ, କନ୍ଧମାଳରୁ  ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୩୨୩ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୧୮ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୩ ଜଣ, ପୁରୀରୁ ୧୮ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୮ ଜଣ, ସୋନପୁରରୁ ୨ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ତେବେ ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ, ୧୯ ହଜାର ୬୨୧କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୦ ଲକ୍ଷ ୫ ହଜାର ୫୬୪ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏବେ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୫ହଜାର ୮୭୬ ରହିଛି । ସେପଟେ କରୋନା କାରଣରୁ ୨୪ ଘଂଟା ଭିତରେ ୬ଜଣଙ୍କର ମୃତ୍ୟୁ ହୋଇଛି । ୬୫ ହଜାର ୫୧୨ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ୧ ଦଶମିକ ୬ ପ୍ରତିଶତ ରହିଛି ।