କନକ ବ୍ୟୁରୋ : ଖୋର୍ଦ୍ଧାରେ କମୁନି କରୋନା । ଗୋଟିଏ ଦିନରେ ସର୍ବାଧିକ ୩୮୯ଆକ୍ରାନ୍ତ ଭୁବନେଶ୍ୱରରୁ ଚିହ୍ନଟ ହୋଇଛନ୍ତି । ଏହାସହ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୧୦୯୬ ସଂକ୍ରମିତ । ଏମାନଙ୍କ ମଧ୍ୟରୁ ୬୩୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୪୫୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି ।

Advertisment

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪୦ ଜଣ, ବାଲେଶ୍ୱରରୁ ୭୭ ଜଣ, ବରଗଡ଼ରୁ ୧୧ ଜଣ, ଭଦ୍ରକରୁ ୨୧ ଜଣ, ବଲାଙ୍ଗୀରରୁ ୭ ଜଣ, କଟକରୁ ୯୨ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ୪ ଜଣ, ଗଞ୍ଜାମରୁ ୫ ଜଣ, ଜଗତସିଂହପୁରରୁ ୫୮ ଜଣ, ଯାଜପୁରରୁ ୬୮ ଜଣ, ଝାରସୁଗୁଡ଼ାରୁ ୫ ଜଣ, କଳାହାଣ୍ଡିରୁ ୩ ଜଣ, କନ୍ଧମାଳରୁ ୧୭ ଜଣ, କେନ୍ଦ୍ରାପଡ଼ାରୁ ୩୬ ଜଣ, କେଉଁଝରରୁ ୧୩ ଜଣ, କୋରାପୁଟରୁ ୭ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୩୨ ଜଣ, ନୟାଗଡ଼ରୁ ୨୯ ଜଣ, ନୂଆପଡ଼ାରୁ ୨, ପୁରୀରୁ ୪୮ ଜଣ, ରାୟଗଡ଼ାରୁ ୬ ଜଣ, ସମ୍ୱଲପୁରରୁ ୮ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୦ ଓ ଷ୍ଟେଟ ପୁଲରୁ ୮୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ସେହିପରି ରାଜ୍ୟରେ ପରୀକ୍ଷା ହୋଇଛି ୬୬ହଜାର ୭୭୦ନମୂନା । ରାଜ୍ୟରେ ପଜିଟିଭ ହାର ୧ ଦଶମିକ ୬୪ପ୍ରତିଶତ ଅଛି ଏବଂ ୬୪ମୃତ୍ୟୁର ହିସାବ ଦେଇଛନ୍ତି ସରକାର । ପ୍ରାପ୍ତ ସୂଚନା ଅନୁଯାୟୀ, ଏହି ୬୪ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭ ଜଣ ଥିବା ବେଳେ କଟକ ଜିଲ୍ଲାରୁ ୧୭ ଜଣ ଅଛନ୍ତି । ଏହାଛଡ଼ା ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ, ବାଲେଶ୍ବର ଓ କେନ୍ଦୁଝର ଜିଲ୍ଲାରୁ ୪ ଜଣ ଲେଖାଏଁ ମୃତକ ରହିଛନ୍ତି । ଏଣେ ଗଞ୍ଜାମ, ଅନୁଗୁଳ, ଦେବଗଡ଼, ଢେଙ୍କାନାଳ, କେନ୍ଦ୍ରାପଡ଼ା, ନୟାଗଡ଼, ପୁରୀ, ବୌଦ୍ଧ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ମୃତକ ରହିଛନ୍ତି ।