ରାଜ୍ୟର କରୋନା ମିଟର । ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୬୩୦ ସଂକ୍ରମିତ ଚିହ୍ନଟ

53

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୩୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୬୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୧୧୬ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୨୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୫ ଜଣ, ବାଲେଶ୍ୱରରୁ ୨୩ ଜଣ, ବଲାଙ୍ଗୀରରୁ ୩, ବରଗଡ଼ରୁ ୪ ଜଣ, ଭଦ୍ରକରୁ ୧୦ ଜଣ, ବୌଦ୍ଧରୁ ୧ ଜଣ, କଟକରୁ ୧୧୮ ଜଣ, ଦେବଗଡ଼ରୁ ୪ ଜଣ, ଢେଙ୍କାନାଳରୁ ୧୨ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୧୧ ଜଣ, ଯାଜପୁରରୁ ୩୨ଜଣ, ଝାରସୁଗୁଡ଼ାରୁ ୧ ଜଣ, କଳାହାଣ୍ଡିରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୮ ଜଣ, କେଉଁଝରରୁ ୪ ଜଣ, କୋରାପୁଟରୁ ୯ ଜଣ, ମାଲକାନଗିରିରୁ ୪ ଜଣ, ମୟୁରଭଞ୍ଜରୁ ୨୦ ଜଣ, ନବରଙ୍ଗପୁରରୁ ୨ ଜଣ, ନୟାଗଡ଼ରୁ ୧୭ ଜଣ, ନୂଆପଡ଼ାରୁ ୧ ଜଣ, ପୁରୀରୁ ୧୬ ଜଣ, ରାୟଗଡ଼ାରୁ ୭ ଜଣ, ସମ୍ୱଲପୁରରୁ ୧୩ ଜଣ, ସୁନ୍ଦରଗଡ଼ରୁ ୨୨ ଜଣ ଓ ଷ୍ଟେଟ ପୁଲରୁ ୫୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଥିବାର ସୂଚନା ମିଳିଛି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮୦୯୨କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି । ସେହିପରି କରୋନାରେ ପ୍ରାଣ ହରାଇଥିବା ଆଉ ୮ ଜଣ ଲୋକଙ୍କ ସଂପର୍କରେ ସୂଚନା ଦେଇଛନ୍ତି ସରକାର। ପ୍ରାପ୍ତ ସୂଚନା ଅନୁଯାୟୀ, କଟକ ଜିଲ୍ଲାରୁ ୨ ଜଣ ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାଛଡ଼ା ବାଲେଶ୍ବର, ଢେଙ୍କାନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି ।

ଆଜିର ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୭୧୩କୁ ବୃଦ୍ଧି ପାଇଛି । ଏମାନଙ୍କ ମଧ୍ୟରୁ ୧୦ ଲକ୍ଷ ୫୪୮ଜଣ ସୁସ୍ଥ ହୋଇଛନ୍ତି । ଏବେ ରାଜ୍ୟରେ ୭ହଜାର ୨୦ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି । ୬୩ ହଜାର ୮୧୭ ନମୁନା ପରୀକ୍ଷା ହୋଇଥିବା ବେଳେ ପଜିଟିଭ ହାର ଶୂନ ଦଶମିକ ୯୮ ପ୍ରତିଶତ ରହିଛି । ରାଜ୍ୟରେ ୮ଜଣଙ୍କ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।