୨୪ ଘଂଟାରେ ୧୫୫୮ ଆକ୍ରାନ୍ତ ଚିହ୍ନଟ : ୬୬ ମୃତ୍ୟୁର ହିସାବ ଦେଲେ ସରକାର

Advertisment
୨୪ ଘଂଟାରେ ୧୫୫୮ ଆକ୍ରାନ୍ତ ଚିହ୍ନଟ : ୬୬ ମୃତ୍ୟୁର ହିସାବ ଦେଲେ ସରକାର

କନକ ବ୍ୟୁରୋ : ରାଜ୍ୟର କରୋନା ମିଟର । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୫୫୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୯୦୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୬୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୭୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୮୦ ଜଣ, ବାଲେଶ୍ୱରରୁ ୯୭ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୪୨ ଜଣ, ବଲାଙ୍ଗୀରରୁ ୧୦ ଜଣ, ବୌଦ୍ଧରୁ ୩, କଟକରୁ ୨୪୧ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୨୩ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୭ ଜଣ, ଜଗତସିଂହପୁରରୁ ୬୭ ଜଣ, ଯାଜପୁରରୁ ୭୮ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୮ ଜଣ, କନ୍ଧମାଳରୁ ୧୮ ଜଣ, କେନ୍ଦ୍ରାପଡ଼ାରୁ ୩୫ ଜଣ, କେଉଁଝରରୁ ୧୪ ଜଣ, କୋରାପୁଟରୁ ୨ ଜଣ, ମାଲକାନଗିରିରୁ ୫ ଜଣ, ମୟୁରଭଞ୍ଜରୁ ୪୧ ଜଣ, ନବରଙ୍ଗପୁରରୁ ୧୩ ଜଣ, ନୟାଗଡ଼ରୁ ୨୫ ଜଣ, ନୂଆପଡ଼ାରୁ ୨, ପୁରୀରୁ ୮୨ ଜଣ, ରାୟଗଡ଼ାରୁ ୮ ଜଣ, ସମ୍ୱଲପୁରରୁ ୧୪ ଜଣ, ସୋନପୁରରୁ ୮, ସୁନ୍ଦରଗଡ଼ରୁ ୨୮ ଓ ଷ୍ଟେଟ ପୁଲରୁ ୧୦୩ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୯, ୭୫, ୬୯୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯, ୫୩, ୦୮୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୧୬, ୭୧୫ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe