ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ : ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ ପଜିଟିଭ

83

କନକ ବ୍ୟୁରୋ : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୪ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୮୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି । ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି ।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୪ ଜଣ, ବାଲେଶ୍ୱରରୁ ୧୪ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୮ ଜଣ, ବଲାଙ୍ଗୀରରୁ ୧ ଜଣ, ବୌଦ୍ଧରୁ ୨ ଜଣ, କଟକରୁ ୬୬ଜଣ, ଦେବଗଡ଼ରୁ ୨ ଜଣ, ଢେଙ୍କାନାଳରୁ ୪ ଜଣ, ଗଞ୍ଜାମରୁ ୧ ଜଣ, ଜଗତସିଂହପୁରରୁ ୧୬ ଜଣ, ଯାଜପୁରରୁ ୧୦ ଜଣ, କେନ୍ଦ୍ରାପଡ଼ାରୁ ୧ ଜଣ, କନ୍ଧମାଳରୁ ୧ ଜଣ, କୋରାପୁଟରୁ ୩ ଜଣ, ମୟୂରଭଞ୍ଜରୁ ୨୧ ଜଣ, ନବରଙ୍ଗପୁରରୁ ୧ ଜଣ, ନୟାଗଡ଼ରୁ ୫ ଜଣ, ପୁରୀରୁ ୧୧ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୨ ଜଣ, ସୁନ୍ଦରଗଡ଼ରୁ ୧୯ ଜଣ ଓ ଷ୍ଟେଟ ପୁଲରୁ ୬୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୭ ହଜାର ୦୫୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦ ଲକ୍ଷ ୨୩ ହଜାର ୮୪୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ବି ୪ ହଜାର ୮୫୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି ।