ରାଜ୍ୟରେ କମିଲା କରୋନା : ୨୪ ଘଂଟା ମଧ୍ୟରେ ୧୭୦ ସଂକ୍ରମଣ ଚିହ୍ନଟ

 ଖୋର୍ଦ୍ଧା ସମେତ ୪ ଜିଲ୍ଲାରେ ସଂକ୍ରମଣ ଦୁଇଅଙ୍କ, ୧୧ ଜିଲ୍ଲା କରୋନା ମୁକ୍ତ, ସାଢେ ୭ ମାସ ପରେ ୨୦୦ ତଳେ ସଂକ୍ରମଣ 

71

କନକ ବ୍ୟୁରୋ : ରାଜ୍ୟରେ ଗତ ୨୪ ଘଂଟାରେ ୧୭୦ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୧୮ ବର୍ଷରୁ କମ୍ ଆକ୍ରାନ୍ତ ରହିଛି ୨୪ ଜଣ । ସଂଗରୋଧରୁ ୯୮ ଜଣ ଥିବା ବେଳେ ୭୨ ଜଣ ସ୍ଥାନୀୟ ସଂକ୍ରମିତ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ବାଲେଶ୍ୱର ଜିଲ୍ଲାରୁ ୧୧ ଜଣ, ବରଗଡ଼ରୁ ୨ ଜଣ, ଭଦ୍ରକରୁ ୪ ଜଣ, ବଲାଙ୍ଗୀରରୁ ୩ ଜଣ, କଟକରୁ ୧୯ ଜଣ, ଦେବଗଡ଼ରୁ ୧ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଗଜପତିରୁ ୧ ଜଣ, ଜଗତସିଂହପୁରରୁ ୭ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୨ ଜଣ, ମୟୂରଭଞ୍ଜରୁ ୩ ଜଣ, ପୁରୀରୁ ୧ ଜଣ, ସମ୍ୱଲପୁରରୁ ୯ ଜଣ, ସୋନପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୧୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ।

ରାଜ୍ୟର ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦ ଲକ୍ଷ ୪୨ ହଜାର ୯୪୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୨୪ ଘଂଟାରେ ସୁସ୍ଥ ହୋଇଛନ୍ତି ୪୪୭ ଜଣ । ମୋଟ ସୁସ୍ଥ ସଂଖ୍ୟା ରହିଛି ୧୦ ଲକ୍ଷ ୩୦ ହଜାର ୮୮୯ଜଣ । ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୩ ହଜାର ୬୫୧ । ଗୋଟିଏ ଦିନରେ କରୋନାରେ ୩ଜଣଙ୍କ ମୃତ୍ୟୁ ହୋଇଛି ।