ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଦାବି : ବେଗୁନିଆଠାରେ ଜାତୀୟ ରାଜପଥ ଅବରୋଧ

156

କନକ ବ୍ୟୁରୋ : ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ପରିଣତ କରିବା ଦାବିରେ ସ୍ୱାସ୍ଥ୍ୟସେବା କ୍ରିୟାନୁଷ୍ଠାନ କମିଟିର ବନ୍ଦ ପାଳନ । ୫୦ ଦିନର ଗଣ ସତ୍ୟାଗ୍ରହ ପରେ ରାଜରାସ୍ତାକୁ ଓହ୍ଲାଇଛି କ୍ରିୟାନୁଷ୍ଠାନ କମିଟି । ବେଗୁନିଆବାସୀ ଖୋର୍ଦ୍ଧା-ବଲାଙ୍ଗିର ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି । ବନ୍ଦ ଯୋଗୁଁ ଯାତାୟତ ବାଧାପ୍ରାପ୍ତ ହୋଇଛି । ଦୋକାନ ବଜାର ବନ୍ଦ ହୋଇଥିବା ବେଳେ ଜାତୀୟ ରାଜପଥରେ ଯାନବାହାନ ଚଳାଚଳ ଠପ୍ ହୋଇଛି ।