କନକବ୍ୟୁରୋ:ଇଭିଏମ ଭଙ୍ଗାରୁଜା ମାମଲାରେ ବଢ଼ିଲା ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବଙ୍କ ଅଡୁଆ । ପ୍ରଶାନ୍ତଙ୍କ ବିରୋଧରେ ୧୧୭/୨୪ରେ ମାମଲା ରୁଜୁ କରିଛି ପୋଲିସ । ତାଙ୍କ ବିରୋଧରେ ଆଇପିସି ଧାରା ୪୫୨, ୪୪୮, ୨୯୪, ୩୫୪, ୩୨୩, ୩୩୨, ୪୨୭, ୧୭୧(ସି), ୫୦୬(ଆଇ), ୩୫୪, ୩୪ ସହ ୩ ପିଡି ପିପି ଆକ୍ଟ ଲାଗିଛି । ଶନିବାର
ବିଳମ୍ବିତ ରାତିରେ ବେଗୁନିଆ କାଉଁରୀପାଟଣା ପ୍ରକଳ୍ପ ବିଦ୍ୟାଳୟର ୧୪୪ ନଂ ବୁଥରେ ଗଣ୍ଡଗୋଳ, ମାରପିଟ୍ ଓ ଇଭିଏମ ଭଙ୍ଗାରୁଜା ଅଭିଯୋଗରେ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରିଛି ପୋଲିସ । ଜାମିନ ନାମାଞ୍ଜୁର ପରେ ତାଙ୍କୁ ଖୋର୍ଦ୍ଧା ଜେଲ ହାଜତକୁ ପଠାଇ ଦିଆଯାଇଛି । ଅନ୍ୟପଟେ ପ୍ରଶାନ୍ତଙ୍କ ଗିରଫଦାରୀକୁ ନେଇ ବିଜେପି କର୍ମୀ ମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି । ଏହା ପୋଲିସର ଷଡଯନ୍ତ୍ର ବୋଲି ଦଳ ପକ୍ଷରୁ ଅଭିଯୋଗ କରାଯାଇଛି । ପ୍ରଶାନ୍ତ ଜଗଦ୍ଦେବ ସିସିଟିଭି ଯାଂଚ କରାଯାଇ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2024/05/5-37.jpg)