କନକ ବ୍ୟୁରୋ: ଆଜିର ଆଇପିଏଲ ମ୍ୟାଚରେ ମୁହାଁମୁହିଁ ହେବେ କୋଲକାତା ନାଇଟ ରାଇଡର ବନାମ ମୁମ୍ବାଇ ଇଣ୍ଡିଆନ୍ସ । ଏହି ମ୍ୟାଚରେ ଟସ ଜିତି ବୋଲିଂ ନିଷ୍ପତ୍ତି ନେଇଛି କୋଲକାତା ଦଳ । ତେଣୁ ପ୍ରଥମେ ବ୍ୟାଟିଂ ପାଇଁ ମୈଦାନକୁ ଓହ୍ଲାଇବ ମୁମ୍ବାଇ ଦଳ । ଏହି ମ୍ୟାଚ ମୁମ୍ବାଇ ପାଇଁ ବେଶ ଗୁରୁତ୍ୱପୂର୍ଣ୍ଣ ।
ଚଳିତ ଆଇପିଏଲରେ ଉଭୟ ଦଳ ଗୋଟିଏ ଲେଖାଏଁ ମ୍ୟାଚ ଖେଳି ସାରିଛନ୍ତି ଯେଉଁଥିରେ ମୁମ୍ବାଇ ପ୍ରଥମ ମ୍ୟାଚରେ ପରାଜିତ ହୋଇଥିବା ବେଳେ କୋଲକାତା ପ୍ରଥମ ମ୍ୟାଚରେ ବିଜୟୀ ହୋଇଥିଲା । ତେଣୁ କୋଲକାତା ଦଳ ଆତ୍ମବିଶ୍ୱାସର ସହ ମୈଦାନକୁ ଓହ୍ଲାଇବ । ସେପଟେ ମୁମ୍ବାଇ ଦଳ ପ୍ରଥମ ବିଜୟ ଲକ୍ଷ୍ୟରେ ରହିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2021/04/l.jpg)