ମାର୍ଚ୍ଚ ୧୫ରୁ ଆରମ୍ଭ ହେବାକୁ ଯାଉଛି କୃଷି ଓଡିଶା ୨୦୨୧ । ଏଥରର ବିଷୟବସ୍ତୁ ‘ସମନ୍ୱିତ ଚାଷ: ଚାଷୀଙ୍କ ବିକାଶ’ ।

167

କନକ ବ୍ୟୁରୋ: ଚଳିତ ବର୍ଷ ମାର୍ଚ୍ଚ ୧୫ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ହେବ କୃଷି ଓଡିଶା-୨୦୨୧ । କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଓ ଫିକି ସହଯୋଗରେ ୫ ଦିନ ଧରି ଏହି କାର୍ଯ୍ୟକ୍ରମ ବରମୁଣ୍ଡାର ବିଜୁ ପଟ୍ଟନାୟକ ଖେଳ ପଡିଆରେ ଆୟୋଜିତ ହେବ । ଏହାକୁ ନେଇ ଆଜି କୃଷି ଭବନରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା । ଯେଉଁଥିରେ ମନ୍ତ୍ରୀ ଡ. ଅରୁଣ ସାହୁଙ୍କ ବିଭାଗର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

ଚଳିତ ବର୍ଷ କୃଷି ଓଡିଶାର ବିଷୟବସ୍ତୁ ‘ସମନ୍ୱିତ ଚାଷ:  ଚାଷୀଙ୍କ ବିକାଶ’ ରଖାଯାଇଛି । ଚଳିତ ବର୍ଷ କୃଷି ଓଡିଶାରେ କୃଷକ ଉତ୍ପାଦକ ସଂଗଠନ, ମିଲେଟ ମିଶନ ଓ ମିଶନ ଶକ୍ତି, ଅମଳ ପରବର୍ତ୍ତୀ ଫସଲ ପରିଚାଳନା ନିମନ୍ତେ ପ୍ରଯୁକ୍ତି ବିଦ୍ୟାର ପ୍ରୟୋଗ ଆଦି ବିଷୟ ଉପରେ କେନ୍ଦ୍ରିତ ହେବ । କୋଭିଡ୍ ୧୯ ମାର୍ଗଦର୍ଶିକାକୁ ପାଳନ କରି ଏହା ଆୟୋଜିତ ହେବ । ଏହି କାର୍ଯ୍ୟକ୍ରମର ସିଧାପ୍ରସାରଣ ମଧ୍ୟ ଲୋକମାନେ ଘରେ ବସି ଦେଖିପାରିବେ ବୋଲି କୁହାଯାଇଛି ।