ମହିଳା ବ୍ରତଧାରୀଙ୍କ ମୃତ୍ୟୁ, ଅନ୍ୟଜଣେ ଗୁରୁତର । ଜଳେଶ୍ୱର ଚଡକ ମେଳାରେ ଅଘଟଣ ।

380

କନକ ବ୍ୟୁରୋ: ବାଲେଶ୍ୱର ଚନ୍ଦନେଶ୍ୱର ଚଡ଼କ ଯାତ୍ରାରେ ଜଣେ ମହିଳା ଉପବିତଧାରୀଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଜଣେ ଶ୍ରଦ୍ଧାଳୁ ମଧ୍ୟ ଗୁରୁତର ଭାବେ ଆହତ ହୋଇଛନ୍ତି । ମୃତ ମହିଳାଙ୍କ ବୟସ ୪୦ ବର୍ଷ ହେବ ବୋଲି ଅନୁମାନ କରାଯାଉଛି । ତାଙ୍କ ଘର ପଶ୍ଚିମବଙ୍ଗ । ଆଜି ସକାଳୁ ସେ ହଠାତ୍ ଅସୁସ୍ଥ ହୋଇପଡ଼ିବାରୁ ସେଠାରେ ନିୟୋଜିତ ଥିବା ସ୍ୱାସ୍ଥ୍ୟକର୍ମୀ ତାଙ୍କୁ ଚିକିତ୍ସା କରିଥିଲେ । ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି ।

ଅନ୍ୟଜଣଙ୍କୁ ଗୁରୁତର ଅବସ୍ଥାରେ ଅସ୍ଥାୟୀ ସ୍ୱାସ୍ଥ୍ୟ ଶିବିରରେ ଚିକିତ୍ସା କରାଯାଉଛି । ତେବେ ଚନ୍ଦନେଶ୍ୱର ମହାଦେବଙ୍କ ଚଡ଼କ ଯାତ୍ରାରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଥିବା ବେଳେ ଆଜି ବାବାଙ୍କ ଶେଷ ଅର୍ଘ୍ୟ ତଥା ପାଟ ପର୍ବ ।