କନକ ବ୍ୟୁରୋ: ଆରଜେଡି ମୁଖ୍ୟ ଲାଲୁ ପ୍ରସାଦଙ୍କୁ କିଡନୀ ଦେଇଛନ୍ତି ଝିଅ ରୋହିଣୀ । ଆଜି ଲାଲୁଙ୍କର କିଡନୀ ପ୍ରତ୍ୟାରୋପଣ ସଫଳ ହୋଇଛି । ଅପରେସନ୍ ପରେ ଉଭୟଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଛି । ଲାଲୁଙ୍କ ପୁଅ ତେଜସ୍ୱୀ ଯାଦବ ଟ୍ୱିଟ୍ କରି ଉଭୟଙ୍କ ସ୍ୱାସ୍ଥ୍ୟାବସ୍ଥା ବାବଦରେ ଜଣାଇଛନ୍ତି ।
पापा का किडनी ट्रांसप्लांट ऑपरेशन सफलतापूर्वक होने के बाद उन्हें ऑपरेशन थियेटर से आईसीयू में शिफ्ट किया गया।
डोनर बड़ी बहन रोहिणी आचार्य और राष्ट्रीय अध्यक्ष जी दोनों स्वस्थ है। आपकी प्रार्थनाओं और दुआओं के लिए साधुवाद। 🙏🙏 pic.twitter.com/JR4f3XRCn2
— Tejashwi Yadav (@yadavtejashwi) December 5, 2022
ସୂଚନା ମୁତାବକ, ଲାଲୁ ଯାଦବ କିଡନୀ ସମସ୍ୟା ସହ ଏକାଧିକ ସମସ୍ୟା ଭୋଗୁଥିଲେ । କିଡନୀ ଟ୍ରାନ୍ସପ୍ଲାଣ୍ଟ ପାଇଁ ତାଙ୍କୁ ଆକ୍ଟୋବର ମାସରେ ସିଙ୍ଗାପୁର ନିଆଯାଇଥିଲା । ସେଠାରେ ତାଙ୍କର ଚିକିତ୍ସା ଚାଲୁଥିଲା । ଏହାପରେ ଝିଅ ରୋହିଣୀଙ୍କ କିଡନୀ ସହ ତାଙ୍କ କିଡନୀ ମ୍ୟାଚ୍ କରିବାରୁ ଆଜି ତାଙ୍କ କିଡନୀ ପ୍ରତ୍ୟାରୋପଣ ହୋଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2022/12/lalu-1.jpg)