କନକ ବ୍ୟୁରୋ: ଆସନ୍ତା ୨୮ ତାରିଖରେ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାରର ଲେଜର ସ୍କାନିଂ । କାର୍ତ୍ତିକ ମାସରେ ପ୍ରବଳ ଭିଡ଼କୁ ଦୃଷ୍ଟିରେ ରଖି ପୂର୍ଣ୍ଣିମା ପରଦିନଠାରୁ ବାହାର ରତ୍ନଭଣ୍ଡାରର ଲେଜର ସ୍କାନିଂ କରାଯିବା ପାଇଁ ନିଷ୍ପତ୍ତିି ନିଆଯାଇଛି ।
ରତ୍ନଭଣ୍ଡାର ବାହାର ପଟ କାନ୍ଥର ପ୍ରଥମେ ସ୍କାନିଂ କରାଯିବା ପରେ କେଉଁ ସ୍ଥାନରେ ଫାଟ ଓ ଅନ୍ୟାନ୍ୟ ସମସ୍ୟା ରହିଛି, ତାହା ଚିହ୍ନଟ କରାଯିବ । ଆବଶ୍ୟକ ପଡ଼ିଲେ ଭିତର ରତ୍ନଭଣ୍ଡାର ଓ ଅନ୍ୟ ପାଶ୍ୱର୍ଦେବାଦେବୀଙ୍କ ମନ୍ଦିରର ମଧ୍ୟ ଲେଜର ସ୍କାନିଂ କରାଯିବ । ଏହାରି ଭିତରେ ସ୍କାନିଂ ମେସିନ୍ ଏଏସଆଇ ପାଖରେ ପହଁଚିଥିବା ସୂଚନା ମିଳିଛି । ଲେଜର ସ୍କାନିଂ ପାଇଁ ଏଏସଆଇକୁ ସବୁପ୍ରକାର ସହଯୋଗ କରାଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/post_attachments/wp-content/uploads/2023/11/sri.jpg)